29.1 C
Bhubaneswar
Friday, October 18, 2024
Homeକରୋନାଦେଶରେ ୨୪ ଘଣ୍ଟାରେ ୧,୭୭୮ ଆକ୍ରାନ୍ତ ଚିହ୍ନଟ, ୬୨ ମୃତ

ଦେଶରେ ୨୪ ଘଣ୍ଟାରେ ୧,୭୭୮ ଆକ୍ରାନ୍ତ ଚିହ୍ନଟ, ୬୨ ମୃତ

ନୂଆଦିଲ୍ଲୀ: ବେଶ୍‌ କିଛି ଦିନ ଧରି ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ଦ୍ରୁତ ବେଗରେ ବିସ୍ତାରିତ ହେବା ପରେ ଏବେ ଦୈନିକ ସଂକ୍ରମଣ ସଂଖ୍ୟା କ୍ରମଶଃ ହ୍ରାସ ପାଇ ୨ ହଜାରରୁ କିଛି କମ୍‌ ରହିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୭୭୮ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୬୨ ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୧୨,୭୪୯ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୬୨ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୧୬,୬୦୫ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨,୫୪୨ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୪,୭୩,୦୫୭। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨୩୦୮୭।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୮୧,୮୯,୧୫,୨୩୪ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୭୮,୪୨,୯୦,୮୪୬ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୬,୭୭,୨୧୮ଟି ନମୁନା।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking