ବରଗଡ଼: ପୂର୍ବତନ ମନ୍ତ୍ରୀ ରିପୁନାଥ ସେଠ୍ଙ୍କ ପରଲୋକ ହୋଇଛି। ୬୭ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଆଜି ସକାଳେ ରିପୁନାଥ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ। ପରିବାର ଲୋକେ ତାଙ୍କୁ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ରିପୁନାଥଙ୍କର ହାର୍ଟଷ୍ଟ୍ରୋକ୍ରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ୧୯୯୫ ମସିହାରେ କଂଗ୍ରେସ ସରକାରରେ ମନ୍ତ୍ରୀ ଥିଲେ ରିପୁନାଥ। ଗତଥର ବିଜେପୁର ବିଧାନସଭା ଆସନରୁ ନିର୍ବାଚନ ଲଢ଼ିଥିଲେ। ସେ କଂଗ୍ରେସର ଟାଣୁଆ ନେତା ଥିଲେ।