କଟକ : ଟ୍ରକ୍-ସ୍କୁଟି ମୁହାଁମୁହିଁ ଦୁର୍ଘଟଣାରେ ସ୍କୁଟି ଆରୋହୀଙ୍କ ମୃତ୍ୟୁ ହୋଇଛି । କଟକ ଜିଲ୍ଲା ନରେନ୍ଦ୍ରପୁର-ନେମାଳ ରାସ୍ତାର ନାହାଳପୁର ହନୁମାନ ମନ୍ଦିର ନିକଟରେ ଏଭଳି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି।
ସୂଚନାନୁଯାୟୀ, ନାହାଳପୁରର ୩୮ ବର୍ଷୀୟ ଯୁବକ ହେମନ୍ତ ଦାସ ବଜାରରେ କ୍ଷୀର ବିକ୍ରି କରି ଘରକୁ ଫେରୁଥିବା ବେଳେ ଏକ ଟ୍ରକ୍ ତାଙ୍କୁ ଧକ୍କା ଦେଇଥିଲା। ଗୁରୁତର ଅବସ୍ଥାରେ ହେମନ୍ତଙ୍କୁ ଉଦ୍ଧାର କରାଯାଇ ନିଶ୍ଚିନ୍ତକୋଇଲି ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ହେମନ୍ତଙ୍କୁ ମୃତ ଘୋଷଣା କରିଛନ୍ତି। ହେମନ୍ତଙ୍କ ମୃତ୍ୟୁ ପରେ ତାଙ୍କ ପରିବାରକୁ ସରକାରୀ ସହାୟତା ଯୋଗାଇ ଦେବାକୁ ସ୍ଥାନୀୟ ଲୋକେ ଦାବି କରିଛନ୍ତି। ତେବେ ଦୁର୍ଘଟଣା ଘଟାଇଥିବା ଟ୍ରକ୍କୁ ନେମାଳ ପୋଲିସ ଜବତ କରିବା ସହ ସଂପୃକ୍ତ ଟ୍ରକ୍ ଡ୍ରାଇଭରକୁ ଅଟକ ରଖିଛି। ମୃତ ହେମନ୍ତଙ୍କ ଶବ ବ୍ୟବଚ୍ଛେଦ ପାଇଁ କଟକ ପଠାଇଛି ନେମାଳ ପୋଲିସ।