20.1 C
Bhubaneswar
Monday, November 18, 2024
Homeଦେଶ ବିଦେଶଶୋପିଆଁରେ କଶ୍ମୀର ପଣ୍ଡିତଙ୍କୁ ଆତଙ୍କବାଦୀଙ୍କ ଗୁଳିମାଡ଼

ଶୋପିଆଁରେ କଶ୍ମୀର ପଣ୍ଡିତଙ୍କୁ ଆତଙ୍କବାଦୀଙ୍କ ଗୁଳିମାଡ଼

ଶୋପିଆଁ: ଜମ୍ମୁ-କଶ୍ମୀରରେ ଜାରି ରହିଛି ଆତଙ୍କବାଦୀଙ୍କ ସିରିଜ୍ ଆକ୍ରମଣ । କିଛି ସମୟ ପୂର୍ବରୁ ଜମ୍ମୁ-କଶ୍ମୀରର ଶ୍ରୀନଗରରେ ସିଆରପିଏଫ ଯବାନଙ୍କ ଉପରକୁ ଆକ୍ରମଣ କରାଯାଇଥିବା ବେଳ ଏବେ ଶୋପିଆଁରେ କଶ୍ମୀର ପଣ୍ଡିତଙ୍କୁ ଆତଙ୍କବାଦୀମାନେ ଗୁଳିମାଡ଼ କରିଛନ୍ତି । ଆତଙ୍କବାଦୀଙ୍କ ଗୁଳିମାଡ଼ ପରେ କଶ୍ମୀର ପଣ୍ଡିତଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଶୋପିଆଁ ଜିଲ୍ଲାର ଛୋଟଗାମ ଅଞ୍ଚଳରେ ଏହି ଘଟଣା ଘଟିଥିବା ବେଳେ ଆହତଜଣକ ସୋନୁ କୁମାର ବାଲଜୀ ବୋଲି ଜଣାପଡ଼ିଛି । ଏହା ପୂର୍ବରୁ ପୁଲୱାମାରେ ଦୁଇ ଜଣ ବିହାରୀ ଶ୍ରମିକଙ୍କୁ ଆକ୍ରମଣ କରିବା ସହ ଦୁଇ ଜଣ ସିଆରପିଏଫ ଯବାନଙ୍କ ଉପରକୁ ଗୁଳିମାଡ଼ କରିଥିଲେ ଆତଙ୍କବାଦୀ ।

ଏହି ଆକ୍ରମଣରେ ଜଣେ ସିଆରପିଏଫ ଯବାନ ସହିଦ ହୋଇଥିବା ବେଳେ ଜଣେ ଆହତ ହୋଇଥିଲେ । ଆହତ ସିଆରପିଏଫ ଯବାନଙ୍କୁ ଏସଏମଏଚଏସ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ତେବେ ଗତକାଲି ସୁରକ୍ଷା ବାହିନୀ ଜମ୍ମୁ-କଶ୍ମୀରର ବିଭିନ୍ନ ଅଞ୍ଚଳରୁ ୪ ଜଣ ଲସ୍କର-ଏ-ତୋଏବା ସହଯୋଗୀଙ୍କୁ ଗିରଫ କରିଥିଲେ । ବାନ୍ଦିପୋରା ପୁଲିସ ଦୁଇଟି ଆତଙ୍କବାଦୀ ଆଡ୍ଡାର ପର୍ଦ୍ଦାଫାଶ କରି ନିଷିଦ୍ଧ ସଂଗଠନ ଲସ୍କର-ଏ-ତୋଏବାର ଚାରି ଜଣ ଆତଙ୍କବାଦୀ ସହଯୋଗୀଙ୍କୁ ଗିରଫ କରିଥିଲା । ପୁଲିସ କହିଥିଲା ଯେ ଅଭିଯୁକ୍ତମାନେ ଜିଲ୍ଲାରେ ଆତଙ୍କବାଦୀଙ୍କ ପାଇଁ ଲଜିଷ୍ଟିକ୍ ଏବଂ ପରିବହନ ସମନ୍ୱୟ ରକ୍ଷା କରୁଥିଲେ । ନିର୍ଦ୍ଦିିଷ୍ଟ ସୂଚନା ପାଇବା ପରେ ସୁରକ୍ଷା ବାହିନୀ ବାନ୍ଦିପୋରାର ଆଷ୍ଟଙ୍ଗୋ ଅଞ୍ଚଳରେ ତିନି ଜଣ ଆତଙ୍କବାଦୀ ସହଯୋଗୀଙ୍କୁ ପାଇଥିଲେ । ଏହି ତିନିଜଣଙ୍କ ନାମ ଇରଫାନ ଅହମ୍ମଦ ଭଟ୍ଟ, ସଜାଦ ଅହମ୍ମଦ ମୀର ଏବଂ ଇରଫାନ ଅହମ୍ମଦ ଜାନ ବୋଲି ଚିହ୍ନଟ କରାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking