30.1 C
Bhubaneswar
Saturday, May 4, 2024
Homeଓଡିଶାଭୁବନେଶ୍ୱରଆଜି ପୁରୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଆଜି ପୁରୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱରଆଜି ପୁରୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ। ଗୋଟିଏ ପଟେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଘୋଷଯାତ୍ରା ପାଇଁ ପ୍ରସ୍ତୁତି ପର୍ବ ଜୋର୍‌ ଧରିଥିବାବେଳେ ଅନ୍ୟପକ୍ଷରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମ ଜୋର୍‌ସୋର୍‌ରେ ଆଗେଇ ଚାଲିଛି । ଦକ୍ଷିଣ ଦ୍ୱାର ପଞ୍ଜାବୀ ମଠ ନିକଟରେ ପ୍ରକଳ୍ପର କିଛି ଅଂଶ ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଏହି ନିର୍ମାଣ କାର୍ଯ୍ୟକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ବୁଲି ଦେଖିବାର କାର୍ଯ୍ୟକ୍ରମ ରହିଛି । ଏନେଇ ସେ ପ୍ରକଳ୍ପ ଅଧିକାରୀଙ୍କ ସହ ଆଲୋଚନା କରିବାର ସୂଚନା ଦିଆଯାଇଛି । ପ୍ରକଳ୍ପ ଅଞ୍ଚଳକୁ ରଙ୍ଗ ବେରଙ୍ଗ ଗଛରେ ସଜାଯାଇଥିବାବେଳେ ଆଲୋକୀକରଣ ମଧ୍ୟ କରାଯାଇଛି । ସମ୍ପୂର୍ଣ୍ଣ ଉକ୍ରଳୀୟ ଢାଞ୍ଚାରେ ଖଣ୍ଡୋଲାଇଟ୍‌ ପଥରରେ କାମ କରାଯାଇଛି । ଏହା ଅତ୍ୟନ୍ତ ସୁନ୍ଦର ଓ ଆକର୍ଷଣୀୟ ଦେଖାଯାଉଥିବାରୁ ଏହି ସ୍ଥାନ ସମସ୍ତଙ୍କୁ ବିମୋହିତ କରୁଛି ।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking