17.1 C
Bhubaneswar
Friday, January 10, 2025
Homeଓଡିଶାଲଘୁଚାପ ସକ୍ରୀୟ, ୧୪ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଲଘୁଚାପ ସକ୍ରୀୟ, ୧୪ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଲଘୁଚାପ ସକ୍ରିୟ ହେବା ପ୍ରଭାବରେ କଟକ, ଭୁବନେଶ୍ୱର ସମେତ ଉପକୂଳ ଓଡ଼ିଶାରେ ବର୍ଷା ଲାଗି ରହିଛି । ଘଣ୍ଟା ପ୍ରତି ୨ରୁ ୩ ସେଣ୍ଟିମିଟର ବର୍ଷା ରେକର୍ଡ କରାଯାଇଛି । ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ପାଣିପାଗ ବିଭାଗର ସୂଚନା ଅନୁସାରେ, ଲଘୁଚାପ ପ୍ରଭାବରେ ଆଜି ୬ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ୬ଟି ଜିଲ୍ଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ସେସବୁ ଜିଲ୍ଲା ଗୁଡ଼ିକ ହେଲା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ ଓ ସମ୍ବଲପୁର । ସେହିପରି ପ୍ରବଳ ବର୍ଷା ନେଇ ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଢେଙ୍କାନାଳ, କେନ୍ଦୁଝର, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା ଏବଂ ସୋନପୁର ଭଳି ୧୪ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ଏହି ସବୁ ଜିଲ୍ଲାରେ ୭ରୁ୧୧ ସେଣ୍ଟିମିଟର ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ପାଣିପାଗ ବିଶେଷଜ୍ଞଙ୍କ କହିବା ଅନୁଯାୟୀ, ଗତ ୨୪ ଘଣ୍ଟାରେ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ଲାଗି ରହିଥିବାବେଳେ, ବରଗଡରେ ସର୍ବାଧିକ ୧୦୩ ମିମି ବର୍ଷା ରେକର୍ଡ କରାଯାଇଛି । ତେବେ ରାଜ୍ୟରେ ଲଘୁଚାପ ଓ ମୌସୁମୀ ସକ୍ରିୟ ସହ ବାୟୁମଣ୍ଡଳରେ ୭.୬ କିମି ପର୍ଯ୍ୟନ୍ତ ଘୁର୍ଣ୍ଣିବଳୟ ରହୁଛି । ରାଜ୍ୟରେ ଜୁନ ୧ରୁ ଏଯାଏ ୩୬୦.୬ ମିମି ବର୍ଷା ହୋଇଛି । ଯାହାକି ସ୍ୱାଭାବିକ ବର୍ଷାଠାରୁ ୧ ପ୍ରତିଶତ ଅଧିକ । ଏଯାଏ ୬ ଜିଲ୍ଲାରେ ଅତ୍ୟଧିକ ବର୍ଷା ହୋଇଛି । ସେହିପରି ଅନ୍ୟ ୬ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ଓ ୧୮ ଜିଲ୍ଲାରେ ସ୍ୱାଭାବିକ ବର୍ଷା ହୋଇଥିବା ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking