25.1 C
Bhubaneswar
Monday, January 20, 2025
Homeଦେଶ ବିଦେଶବଜ୍ରପାତରେ ଚାଲିଗଲା ୧୪ ଜୀବନ

ବଜ୍ରପାତରେ ଚାଲିଗଲା ୧୪ ଜୀବନ

ଲକ୍ଷ୍ନୌ: ଉତ୍ତରପ୍ରଦେଶରେ ବଜ୍ରପାତ ଯୋଗୁଁ ୧୪ ଜଣଙ୍କ ମୃତ୍ୟୁ ହୋଇଛି । ଏଥିରେ ୧୬ ଜଣ ଆହତ ହୋଇଛନ୍ତି । ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତରେ ଏହି ମୃତାହତ ଘଟିଥିବା ସରକାରୀ ସୂତ୍ରରୁ ସୂଚନା ମିଳିଛି । ଏହି ଅଘଟଣରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଗଭୀର ଦୁଃଖପ୍ରକାଶ କରିଛନ୍ତି । ଏହାସହିତ ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏଁ କ୍ଷତିପୂରଣ ରାଶି ପ୍ରଦାନ କରିବାକୁ ଘୋଷଣା କରିଛନ୍ତି । ତୁରନ୍ତ ଏହି କ୍ଷତିପୂରଣ ରାଶି ମୃତକଙ୍କ ପରିବାରକୁ ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ସୂଚନା ଅନୁଯାୟୀ, ସାରା ଦେଶରେ ମୌସୁମୀ ଜନିତ ବର୍ଷା ଲାଗି ରହିଛି । ବୁଧବାର ଉତ୍ତରପ୍ରଦେଶର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସାଙ୍ଗକୁ ବଜ୍ରପାତ ହୋଇଥିଲା । ବଜ୍ରପାତରେ ବଣ୍ଡା ଜିଲ୍ଲାରେ ୪ ଜଣଙ୍କ ମୃତ୍ୟୁ ଘଟିଥିଲା । ସେହିପରି ଫତେହପୁରରେ ୨ ଜଣ, ବଳରାମପୁର, ଚାନ୍ଦୌଲି, ବୁଲନ୍ଦସହର, ରାଏ ବରେଲୀ, ଆମେଠି, କୌଶମ୍ବି, ସୁଲତାନପୁର ଏବଂ ଚିତ୍ରକୋଟରେ ଜିଲ୍ଲାରେ ଜଣେ ଲେଖାଏଁ ପ୍ରାଣ ହରାଇଛନ୍ତି । ପ୍ରତ୍ୟେକ ମୃତକଙ୍କ ପରିବାରକୁ ୪ ଲକ୍ଷ ସହାୟତା ସହ ଆହତମାନଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇବା ପାଇଁ ମୁଖ୍ୟମନ୍ତ୍ରୀ ଯୋଗୀ ସରକାରୀ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking