20.1 C
Bhubaneswar
Tuesday, November 26, 2024
Homeଓଡିଶାଭୁବନେଶ୍ୱରଆହୁରି ୩ ଦିନ ବର୍ଷିବ: ୮ଜିଲ୍ଲାକୁ ଅରେଞ୍ଜ ଓ ୭ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଆହୁରି ୩ ଦିନ ବର୍ଷିବ: ୮ଜିଲ୍ଲାକୁ ଅରେଞ୍ଜ ଓ ୭ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ରାଜ୍ୟରେ ସକ୍ରିୟ ମୌସୁମୀ ପ୍ରଭାବରେ ବର୍ଷା ଜାରି ରହିଛି । ତେବେ ଆଜି ରାଜ୍ୟର ୮ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ଓ ୭ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ରାଜ୍ୟରେ ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକ, ଗଞ୍ଜାମ, ଗଜପତି, ରାୟଗଡ଼ା ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏସବୁ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେ ଜିଲ୍ଲାଗୁଡ଼ିକ ହେଲା କନ୍ଧମାଳ, ନୟାଗଡ଼, ଢେଙ୍କାନାଳ, ଅନୁଗୋଳ, ସମ୍ବଳପୁର, ଦେବଗଡ଼ ଓ କେନ୍ଦୁଝର । ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ରାଜ୍ୟରେ ୨୬ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ । ୨୫ତାରିଖ ବେଳକୁ ବର୍ଷା ପରିମାଣ କମିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଆଜି ସକାଳୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଯାଇଛି । ଆଜି ସୁନ୍ଦରଗଡ଼, ବରଗଡ଼ ଓ ଝାରସୁଗୁଡ଼ା ଆଦି ଜିଲ୍ଲାର କେତେକାଂଶରେ ଭୀଷଣ ବର୍ଷାର ସମ୍ଭାବନା ରହିଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଅପରପେକ୍ଷ ତଳି ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି । ଏଥିପାଇଁ ସତର୍କ ରହିବାକୁ ରହିବାକୁ ଏସଆରସି ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking