20.1 C
Bhubaneswar
Saturday, November 23, 2024
Homeଓଡିଶାସଂଧ୍ୟାରେ ସର୍ବାଧିକ ପାଣି !

ସଂଧ୍ୟାରେ ସର୍ବାଧିକ ପାଣି !

ଭୁବନେଶ୍ୱର : ବନ୍ୟା ସ୍ଥିତି ନେଇ ଏସଆରସି ପ୍ରଦୀପ ଜେନାଙ୍କ ସୂଚନା । ରାତି ୯ ଟାରୁ ୧୨ ଟା ଭିତରେ ଖଇରମାଳରେ ସର୍ବାଧିକ ପାଣି ପାସ୍ କରିଛି । କାଲି ରାତିରେ ଖଇରମାଳରେ ୧୨,୦୬ ଲକ୍ଷ କ୍ୟୁସେକ ପାସ କରିଛି । କାଲି ଖଇରମାଳ ପାସ କରିଥିବା ପାଣି ଆଜି ସଂଧ୍ୟାରେ ଏଠି ପହଁଚିବ । ଆଜି ସଂଧ୍ୟାରେ ମୁଣ୍ଡଳି ଠାରେ ସର୍ବାଧିକ ପାଣି ପାସ କରିବା ଆକଳନ । ସଂଧ୍ୟାରେ ମୁଣ୍ଡଳିରେ ସର୍ବାଧିକ ସାଢେ ୧୧ ଲକ୍ଷ ପାସ କରିପାରେ ।
ସେପଟେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବନ୍ୟା ର ସମୀକ୍ଷା କରିଛନ୍ତି । ସବୁ ଜିଲ୍ଲା ପ୍ରଶାସନକୁ ହାଇ ଆଲର୍ଟରେ ରଖାଯାଇଛି। ୧୦ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ଆବଶ୍ୟକ ହେଲେ ସ୍ଥାନାନ୍ତର କରିବା ପାଇଁ ନିର୍ଦ୍ଦେଶ ଦେବା ସହିତ ସେଥିପାଇଁ ପଞ୍ଚାୟତରାଜ ଅନୁଷ୍ଠାନ ଗୁଡିକର ସହାୟତା ନେବା ପାଇଁ ମଧ୍ୟ ପରାମର୍ଶ ଦିଆଯାଇଛି । ଏହାସହିତ ନଦୀବନ୍ଧ ଗୁଡିକ ଉପରେ ନଜର ରଖିବା ଏବଂ ପ୍ରଭାବିତ ଅଞ୍ଚଳରେ ଆବଶ୍ୟସ୍ଥଳେ ଶିକ୍ଷାନୁଷ୍ଠାନ ଗୁଡିକୁ ବନ୍ଦ ରଖିବା ପାଇଁ ମଧ୍ୟ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।ହସ୍ପିଟାଲ, ଜଳଯୋଗାଣ ଓ ବିଦ୍ୟୁତ ଯୋଗାଣ ବ୍ୟବସ୍ଥା ପରି ଜୀବନ ରକ୍ଷାକାରୀ ସଂସ୍ଥା ଗୁଡିକ ନିରବଚ୍ଛିନ୍ନ ଭାବରେ ସେବା ଯୋଗାଇ ଦେବା, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଗ୍ରାମାଞ୍ଚଳରେ ସ୍ବଚ୍ଛ ପାନୀୟ ଜଳର ବ୍ୟବସ୍ଥା କରିବା, ସ୍ବାସ୍ଥ୍ୟ ବିଭାଗ ପ୍ରଭାବିତ ଅଞ୍ଚଳରେ ଲୋକଙ୍କୁ ସ୍ବାସ୍ଥ୍ୟସେବା ଯୋଗାଇ ଦେବାପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରିବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking