33.1 C
Bhubaneswar
Saturday, October 5, 2024
Homeକରୋନାଦେଶରେ ଗତ ୨୪ ଘଣ୍ଟାରେ ୧୦,୭୨୫ ସଂକ୍ରମିତ ଚିହ୍ନଟ

ଦେଶରେ ଗତ ୨୪ ଘଣ୍ଟାରେ ୧୦,୭୨୫ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ତଳ ଉପର ହେଉଛି କୋରୋନା ସଂକ୍ରମଣ । ଦୁଇ ଦିନ ହେଲା ସଂକ୍ରମଣ ମାମଲା ୧୦ ହଜାର ଉପରେ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ମୋଟ ୧୦,୭୨୫ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ଦିନକରେ ଦିନକରେ ୩୬ ଜଣଙ୍କ ମୃତ୍ୟୁ ହୋଇଛି ଏବଂ ୧୩,୦୮୪ ଜଣ କୋରୋନାରୁ ସୁସ୍ଥ ହୋଇଛନ୍ତି ।

ଏହାକୁ ମିଶାଇ ଦେଶରେ ମୋଟ ସୁସ୍ଥସଂଖ୍ୟା ୪,୩୭,୫୭,୩୮୫କୁ ବୃଦ୍ଧି ପାଇଛି । ଏନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି । ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଦେଶରେ ସୁସ୍ଥସଂଖ୍ୟା ବଢିବା ସହ ବର୍ତ୍ତମାନ ସକ୍ରିୟ ମାମଲା ହ୍ରାସ ପାଉଛି । ଆଜିର ନୂଆ ସଂକ୍ରମଣକୁ ମିଶାଇ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୯୪,୦୪୭ରେ ପହଞ୍ଚିଛି । ଦୈନିକ ପଜିଟିଭ ହାର ୪.୨୧% ରହିଛି । ଏବେ ସୁଦ୍ଧା ସମୁଦାୟ ୫,୨୭,୪୮୮ ଜଣ କୋରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଦେଶବ୍ୟାପୀ ୨୦୯ କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ କେବଳ ୨୩,୫୦,୬୬୫ ଜଣଙ୍କୁ ଟିକା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking