22.1 C
Bhubaneswar
Sunday, November 17, 2024
Homeଓଡିଶାରାଜ୍ୟରେ ଗତ ୨୪ ଘଣ୍ଟାରେ ୨୫୭ କରୋନା ସଂକ୍ରମିତ ଚିହ୍ନଟ

ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୫୭ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ଵର : ରାଜ୍ୟରେ ଉପରତଳ ହେଉଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୫୭ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୧ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୦୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୪୩ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୨୬୯୨୯ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

୨୪ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ସୁନ୍ଦରଗଡ଼ରୁ ୫୬ ଜଣ, ଖୋର୍ଦ୍ଧାରୁ ୩୪ ଜଣ, ବଲାଙ୍ଗୀର ଓ କଟକ ଜିଲ୍ଲାରୁ ୨୨ ଜଣ ଲେଖାଁଏ, ସମ୍ବଲପୁରରୁ ୧୫ ଜଣ, ମୟୂରଭଞ୍ଜରୁ ୧୨ ଜଣ, ବରଗଡ଼ ଓ ରାୟଗଡ଼ା ଜିଲ୍ଲାରୁ ୧୦ ଜଣ ଲେଖାଁଏ, ଯାଜପୁରରୁ ୮ ଜଣ, ନବରଙ୍ଗପୁରରୁ ୭ ଜଣ, କେନ୍ଦୁଝର, ନୟାଗଡ଼, ନୂଆପଡ଼ା ଓ ପୁରୀ ଜିଲ୍ଲାରୁ ୬ ଜଣ ଲେଖାଁଏ, ବାଲେଶ୍ବରରୁ ୫ ଜଣ, କନ୍ଧମାଳରୁ ୪ ଜଣ, ଗଜପତିରୁ ୩ ଜଣ, ବୌଦ୍ଧ, ଦେବଗଡ଼, ଝାରସୁଗୁଡ଼ା ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ ଜଣ ଲେଖାଁଏ, ଭଦ୍ରକ ଓ ଜଗତସିଂହପୁର ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍‌ ପୁଲ୍‌ରୁ ୭ ଜଣ ଆକ୍ରାନ୍ତ ରହିଛନ୍ତି।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୨୬୯୨୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଏଥିମଧ୍ୟରୁ ୧୯୮୦ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୧୫୭୨୪ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୧୧୯୦୬୫ ସାମ୍ପୁଲ ଟେଷ୍ଟ୍ ହୋଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking