ଭୁବନେଶ୍ଵର : ରାଜ୍ୟରେ ଉପରତଳ ହେଉଛି ଦୈନିକ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୨୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୨୯ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୯୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୩୧ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୨୭୧୫୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
୨୩ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୫୮ ଜଣ, ସୁନ୍ଦରଗଡ଼ରୁ ୩୫ ଜଣ, ସମ୍ବଲପୁରରୁ ୧୫ ଜଣ,ବଲାଙ୍ଗୀରରୁ ୧୪ ଜଣ, ନବରଙ୍ଗପୁରରୁ ୧୩ ଜଣ, କଟକରୁ ୧୨ ଜଣ, କଳାହାଣ୍ଡିରୁ ୧୦ ଜଣ, ନୂଆପଡ଼ାରୁ ୯ ଜଣ, ଯାଜପୁରରୁ ୬ ଜଣ, ମୟୂରଭଞ୍ଜରୁ ୫ ଜଣ, ଝାରସୁଗୁଡ଼ା ଓ ସୋନପୁର ଜିଲ୍ଲାରୁ ୪ ଜଣ ଲେଖାଁଏ, ବାଲେଶ୍ବର, ନୟାଗଡ଼ ଓ ରାୟଗଡ଼ା ଜିଲ୍ଲାରୁ ୩ ଜଣ ଲେଖାଁଏ, ବରଗଡ଼, ବୌଦ୍ଧ ଓ ଦେବଗଡ଼ ଜିଲ୍ଲାରୁ ୨ ଜଣ ଲେଖାଁଏ, ଅନୁଗୁଳ, କେନ୍ଦ୍ରାପଡ଼ା, କୋରାପୁଟ ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍ରୁ ୧୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୨୭୧୫୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୯୯୪ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୩୧୫୯୨୯ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୧୪୮୩୩୦୭ ସାମ୍ପୁଲ ଟେଷ୍ଟ୍ ହୋଇଛି।