20.1 C
Bhubaneswar
Monday, November 25, 2024
Homeଓଡିଶାରାଜ୍ୟରେ ଗତ ୨୪ ଘଣ୍ଟାରେ ୨୩୨ ସଂକ୍ରମିତ ଚିହ୍ନଟ

ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୩୨ ସଂକ୍ରମିତ ଚିହ୍ନଟ

ଭୁବନେଶ୍ଵର : ରାଜ୍ୟରେ ଉପରତଳ ହେଉଛି ଦୈନିକ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୩୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୩୬ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୯୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୩୮ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୨୭୩୮୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

୨୩ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୬୧ ଜଣ, ସୁନ୍ଦରଗଡ଼ରୁ ୪୦ ଜଣ, କଟକରୁ ୩୦ ଜଣ, ସମ୍ବଲପୁରରୁ ୧୨ ଜଣ, କଳାହାଣ୍ଡିରୁ ୧୦ ଜଣ, ନବରଙ୍ଗପୁରରୁ ୯ ଜଣ, ବଲାଙ୍ଗୀର ଓ ଯାଜପୁର ଜିଲ୍ଲାରୁ ୮ ଜଣ ଲେଖାଁଏ, ନୂଆପଡ଼ାରୁ ୬ ଜଣ, ନୟାଗଡ଼ ଓ ରାୟଗଡ଼ା ଜିଲ୍ଲାରୁ ୫ ଜଣ ଲେଖାଁଏ, ଜଗତସିଂହପୁରରୁ ୪ ଜଣ, ଗଞ୍ଜାମ ଓ ମୟୂରଭଞ୍ଜ ଜିଲ୍ଲାରୁ ୩ ଜଣ ଲେଖାଁଏ, କେନ୍ଦୁଝର ଓ ସୋନପୁର ଜିଲ୍ଲାରୁ ୨ ଜଣ ଲେଖାଁଏ, ଅନୁଗୁଳ, ଭଦ୍ରକ, ବୌଦ୍ଧ, ଦେବଗଡ଼, କନ୍ଧମାଳ ଓ ମାଲକାନଗିରି ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍‌ରୁ ୧୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୨୭୩୮୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୯୮୨ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୧୬୧୭୨ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୧୬୩୫୮୫ ସାମ୍ପୁଲ ଟେଷ୍ଟ୍ ହୋଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking