28.1 C
Bhubaneswar
Sunday, September 29, 2024
Homeଦେଶ ବିଦେଶଦେଶରେ ଗତ ୨୪ ଘଣ୍ଟାରେ ୫,୯୧୦ ସଂକ୍ରମିତ ଚିହ୍ନଟ

ଦେଶରେ ଗତ ୨୪ ଘଣ୍ଟାରେ ୫,୯୧୦ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ତଳମୁହାଁ କୋରୋନା ଗ୍ରାଫ୍ । ବିଗତ କିଛି ଦିନ ହେଲା ଦୈନିକ ପଜିଟିଭ ମାମଲା ୧୦ ହଜାରରୁ କମ୍ ରହୁଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ୫,୯୧୦ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗତକାଲି ଏହି ସଂଖ୍ୟା ୬,୮୦୯ ଥିଲା । ଗୋଟିଏ ପଟେ ସଂକ୍ରମଣ କମୁଥିବା ବେଳେ, ଅନ୍ୟପଟେ ପ୍ରତିଦିନ ସୁସ୍ଥ ସଂଖ୍ୟା ବୃଦ୍ଧି ପାଉଛି । ଦିନକରେ ୭,୦୩୪ ଜଣ କୋରୋନାରୁ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସୁସ୍ଥ ସଂଖ୍ୟା ୪,୩୮,୮୦,୪୬୪ରେ ପହଞ୍ଚିଛି । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି । ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଦେଶରେ ସଂକ୍ରମଣ ଅପେକ୍ଷା ଅଧିକ ସୁସ୍ଥ ହେଉଛନ୍ତି । ସୁସ୍ଥସଂଖ୍ୟା ବଢିବା ସହ ସକ୍ରିୟ ମାମଲା ହ୍ରାସ ପାଉଛି ।

ଆଜିର ନୂଆ ସଂକ୍ରମଣକୁ ମିଶାଇ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୫୩,୯୭୪ରେ ପହଞ୍ଚିଛି । ଦୈନିକ ପଜିଟିଭ ହାର ୨.୬୦% ରହିଛି । ଏବେସୁଦ୍ଧା ୫,୨୮,୦୦୭ କୋରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । କୋରୋନା ଆରମ୍ଭରୁ ଆଜି ପର‌୍ୟ୍ୟନ୍ତ ଦେଶରେ ୮୮,୭୩,୭୯,୨୭୪ ଟେଷ୍ଟିଂ କରାଯାଇଛି । ଏବେ ଲୋକଙ୍କୁ ମାଗଣାରେ ବୁଷ୍ଟର ଡୋଜ ଦିଆଯାଉଛି । କୋଭିଡ ଟୀକାକରଣ ଅଭିଯାନକୁ ଆହୁରି ସଫଳ କରିବା ଉଦ୍ଦେଶ୍ୟରେ ଜୁଲାଇ ୧୫ରୁ ‘କୋଭିଡ ଭ୍ୟାକ୍ସିନ ଅମୃତ ମହୋତ୍ସବ’ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । ଯାହାକି ସେପ୍ଟେମ୍ବର ୩୦ ଯାଏଁ ଚାଲିବ ।

ଏହି କାର୍ଯ୍ୟକ୍ରମ ଅନ୍ତର୍ଗତ ୧୮ ବର୍ଷ ଏବଂ ୭୫ ବର୍ଷ ବୟସରୁ ଊର୍ଦ୍ଧ୍ବ ବ୍ୟକ୍ତିଙ୍କ ମାଗଣା ବୁଷ୍ଟର ଡୋଜ୍ ଦିଆଯାଉଛି । ଏହି ମାଗଣା ଭ୍ୟାକ୍ସିନ ଅବଧି ସରି ସରି ଆସୁଥିବା ବେଳେ ଲୋକଙ୍କୁ ତୁରନ୍ତ ବୁଷ୍ଟର ଡୋଜ ନେବା ପାଇଁ ସ୍ବାସ୍ଥ୍ୟ ବିଭାଗ ପରାମର୍ଶ ଦେଇଛି । ଦେଶବ୍ୟାପୀ କୋରୋନା ଟୀକାକରଣ ଅଭିଯାନରେ ଭାରତ ମାଇଲଖୁଣ୍ଟ ଅତିକ୍ରମ କରିଛି । ସାରା ଦେଶରେ ଆଜି ପର‌୍ୟ୍ୟନ୍ତ ୨୧୩ କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ କେବଳ ୩୨,୩୧,୮୯୫ ଜଣଙ୍କୁ ଟିକା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking