ଚଣ୍ଡିଗଡ଼: ପଞ୍ଜାବରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଭାରସାମ୍ୟ ହରାଇ କାରଟି ଇଲେକ୍ଟ୍ରି ପୋଲ ସହ ଧକ୍କା ହେବା ଯୋଗୁଁ ୫ ଜଣଙ୍କ ମୃତ୍ୟୁ ହୋଇଛି । ଏଥିରେ ଜଣେ ଗୁରୁତର ହୋଇଛନ୍ତି । ଗୁରୁତର ଅବସ୍ଥାରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ପଞ୍ଜାବର ଲୁଧିଆନା ସ୍ଥିତ ଏକ ହସ୍ପିଟାଲ ନିକଟରେ ଏହି ଭୟଙ୍କର ଦୁର୍ଘଟଣା ଘଟିଛି ।
ସୂଚନା ଅନୁଯାୟୀ, ବିଳମ୍ବିତ ରାତିରେ କାରଟି ଦ୍ରୁତ ଗତିରେ ଯାଇ ଏକ ବିଦ୍ୟୁତ ପୋଲକୁ ଧକ୍କା ଦେଇଥିଲା । ଦୁର୍ଘଟଣାରେ ପରିବାରର ୫ ଜଣଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ତିନି ଜଣ ଶିଶୁ ରହିଛନ୍ତି । ଖବର ପାଇ ଘଟଣା ସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ତଦନ୍ତ ଜାରି ରଖିଛି । କାରଟି ଦୃତ ଗତିରେ ଥିବା ଯୋଗୁଁ ଭାରସାମ୍ୟ ହରାଇ ବିଦ୍ୟୁତ ପୋଲକୁ ଧକ୍କା ଦେଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି ।