19.1 C
Bhubaneswar
Monday, November 18, 2024
Homeଓଡିଶାରାଜ୍ୟରେ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ରାଜ୍ୟରେ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ବଙ୍ଗୋପସାଗର ଅଂଚଳରେ ସୃଷ୍ଟ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଜାରୀ ରହିଛି । ଆଗାମୀ ୩୬ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ପଶ୍ଚିମ-କେନ୍ଦ୍ରୀୟ ତତସଂଲଗ୍ନ ଉତର-ପଶ୍ଚିମ ବଙ୍ଗୋପସାଗର ତଥା ଉତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡିଶା ଉପକୁଳ ସମୁଦ୍ର ଏକ ସୁଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି । ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନା ଅନୁଯାୟୀ ଆସନ୍ତା ୨୪ ଘଂଟା ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା, କଳାହାଣ୍ଡି, କନ୍ଧମାଳ, ଗଜପତି, ନୟାଗଡ, ଗଂଜାମ, ଖୋର୍ଦ୍ଧା, କଟକ, କେନ୍ଦ୍ରାପଡା, ଜଗତସିଂହପୁର ଓ ପୁରୀ ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା (୭ରୁ ୧୧ ସେମି) ହେବାର ସ ମ୍ଭାବନା ରହିଛି । ଏଥିପାଇଁ ଏହି ଜିଲ୍ଲାଗୁଡିକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ୧୦ ତାରିଖରୁ ବର୍ଷାର ପରିମାଣ ବଢିପାରେ । ୧୦ରୁ ୧୧ ତାରିଖ ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା, କଳାହାଣ୍ଡି, କନ୍ଧମାଳ, ଗଜପତି, ଗଂଜାମ, ଖୋର୍ଦ୍ଧା,ନୟାଗଡ ଓ କଟକ ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା (୭ରୁ ୨୦ ସେମି) ହେବାର ସ ମ୍ଭାବନା ରହିଛି । ଏହି ଜିଲ୍ଲାଗୁଡିକୁ ଅରେଂଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସମୟ ମଧ୍ୟରେ ନୂଆପଡା, ବଲାଙ୍ଗିର, ସୋନପୁର, ବୌଦ୍ଧ, ଢେଙ୍କାନାଳ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର ଓ ପୁରୀ ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା (୭ରୁ ୧୧ ସେମି) ହେବାର ସ ମ୍ଭାବନା ରହିଛି । ଏଥିପାଇଁ ଏହି ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking