19.1 C
Bhubaneswar
Monday, November 25, 2024
Homeଓଡିଶାସୃଷ୍ଟିହେଲା ଲଘୁଚାପ: ଆଗାମୀ ୨୪ ଘଣ୍ଟାରେ ଅଧିକ ଘତିଭୂତ ସମ୍ଭାବନା

ସୃଷ୍ଟିହେଲା ଲଘୁଚାପ: ଆଗାମୀ ୨୪ ଘଣ୍ଟାରେ ଅଧିକ ଘତିଭୂତ ସମ୍ଭାବନା

ଭୁବନେଶ୍ୱର: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହି ଲଘୁଚାପ ଅଧିକ ଘନିଭୂତ ହୋଇ ଓଡିଶା ଉପକୂଳ ଆଡକୁ ଗତି କରିବାର ସମ୍ଭାବନା ରହିଛି । ଯାହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବା ସହ ଦକ୍ଷିଣ ଓଡ଼ିଶା ଓ ଉପକୂଳ ଓଡ଼ିଶାର କେତେକ ଜିଲ୍ଲାରେ ବର୍ଷା ଆରମ୍ଭ ହୋଇଯାଇଛି । କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଓ କଟକ ଜିଲ୍ଲାର କିଛି ଅଞ୍ଚଳରେ ବର୍ଷା ଲାଗି ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଏହି ଲଘୁଚାପ ହେତୁ ୧୯ ତାରିଖରେ ବର୍ଷା ଓ ଘଡ଼ଘଡ଼ି ନେଇ ୨୧ଟି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲାଗୁଡ଼ିକ ହେଲା ମାଲକାନଗିରି, କୋରାପୁଟ, କଳାହାଣ୍ଡି, ରାୟଗଡ଼ା, ଗଜପତି, କନ୍ଧମାଳ, ବୌଦ୍ଧ, ଗଞ୍ଜାମ, ନୟାଗଡ଼, ଅନୁଗୋଳ, ଢେଙ୍କାନାଳ, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, କେନ୍ଦୁଝର, ଭଦ୍ରକ, ବାଲେଶ୍ୱର ଓ ମୟୁରଭଞ୍ଜ । ଏହି ଜିଲ୍ଲାଗୁଡ଼ିକ ମଧ୍ୟରୁ କଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ାର କିଛି ସ୍ଥାନରେ ୭ରୁ ୧୧ ସେ.ମି. ବର୍ଷା ହେବାର ସମ୍ଭାବନା ରହିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking