18.1 C
Bhubaneswar
Thursday, November 28, 2024
Homeଓଡିଶାଦଶହରାରେ ଭିଜିବ ଓଡ଼ିଶା

ଦଶହରାରେ ଭିଜିବ ଓଡ଼ିଶା

ଭୁବନେଶ୍ୱର: ବର୍ଷା ଯୋଗୁଁ ଚଳିତ ବର୍ଷ ଦୁର୍ଗା ପୂଜାର ମାହୋଲ ଫିକା ପଡ଼ିବାର ସମ୍ଭାବନା ରହିଛି । ଦକ୍ଷିଣ ଚାଇନା ସାଗରରେ ଟାଇଫୁନ ନୋରୁର ପ୍ରଭାବରେ ଆସନ୍ତା ଅକ୍ଟୋବର ୨ରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଅଛି ବୋଲି ସୋଆ ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଏହି ଲଘୁଚାପ ଯୋଗୁ ଓଡ଼ିଶାରେ ଦୁର୍ଗାପୂଜା ସମୟରେ ବର୍ଷା ଜାରି ରହିବ । ସୂଚନା ଅନୁଯାୟୀ ଟାଇଫୁନ ନୋରୁ ପ୍ରଭାବରେ ପୂର୍ବ କେନ୍ଦ୍ର ବଙ୍ଗୋପସାଗର ଏବଂ ଏହାର ସଂଲଗ୍ନ ମ୍ୟାମାଁର ଉପକୂଳରେ ଏକ ଅପର ଏଆର ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ଥିବାବେଳେ ଏହା ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବ ବୋଲି ଆଶା କରାଯାଉଛି । ବାଂଲାଦେଶ ଉପକୂଳର ନିକଟବର୍ତ୍ତୀ ଅଞ୍ଚଳରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବାବେଳେ ଏହା ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରି ଅକ୍ଟୋବର ୩ ସୁଦ୍ଧା ଉତ୍ତର ଓଡ଼ିଶା ଉପକୂଳ ଆଡ଼କୁ ଆସିବ ଏବଂ ଠିକ ତା ପରଦିନ ପଶ୍ଚିମ ଓଡ଼ିଶା ମୁହାଁ ହେବ ବୋଲି ଜଣାପଡ଼ିଛି । ଏହାର ପ୍ରଭାବରେ ଓଡ଼ିଶାର ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକ, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ ଏବଂ ଅନୁଗୁଳରେ ଅକ୍ଟୋବର ୨ରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ଉପକୂଳ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଅକ୍ଟୋବର ୩ରେ ଖୋର୍ଦ୍ଧା, କଟକ, ଯାଜପୁର, ନୟାଗଡ଼, ଢେଙ୍କାନାଳ, ଅନୁଗୁଳ, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗିର, ସୋନପୁର, ବୌଦ୍ଧ, ସମ୍ବଲପୁର, ଦେବଗଡ଼, ବରଗଡ଼, କେନ୍ଦୁଝର ଓ ସୁନ୍ଦରଗଡ଼ ପ୍ରଭୃତି ଜିଲ୍ଲାଗୁଡିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆଜିଠାରୁ ଆସନ୍ତା ୧ ତାରିଖ ପର୍ଯ୍ୟନ୍ତ ବର୍ଷା ଜାରି ରହିବ । ଅକ୍ଟୋବର ୪ରୁ ୬ ତାରିଖ ସାରା ଓଡ଼ିଶାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking