28.1 C
Bhubaneswar
Thursday, September 19, 2024
Homeଓଡିଶାଆଜିର ଅନୁଚିନ୍ତା

ଆଜିର ଅନୁଚିନ୍ତା

🦋 ଜୀବନର ରାସ୍ତାରେ ସେ ପର୍ଯ୍ୟନ୍ତ ଚାଲିବା ଛାଡ଼ନ୍ତୁ ନାହିଁ,ଯେ ପର୍ଯ୍ୟନ୍ତ ଆପଣ ଆପଣଙ୍କ ନିର୍ଦ୍ଧାରିତ ଲକ୍ଷ୍ୟ ସ୍ଥଳରେ ନ ପହଞ୍ଚିଛନ୍ତି।

🦋 ସୁନ୍ଦରତାକୁ ସଜାଡିବା ଅପେକ୍ଷା ନିଜର ସଂସ୍କାରକୁ ସଜାଡ଼ି ଦିଅନ୍ତୁ “କାହିଁକିନା” ସୁନ୍ଦରତା ଚାଲି ଯାଇଥାଏ ହେଲେ ମଣିଷର ସଂସ୍କାର ମରିବା ପର୍ଯ୍ୟନ୍ତ ରହିଥାଏ।

🦋 ପଇସା ପାଖରେ ମିଛ ସହଜ ରେ ବିକ୍ରି ହୋଇଯାଏ। ସଚ୍ଚୋଟ ଓ ନୈତିକତା କୁ କେବେ ପଇସା କିଣି ପାରେନା,ସ୍ବାର୍ଥ ଦୁନିଆ ର ସତ।

🦋 ସର୍ବଦା ସ୍ୱତନ୍ତ୍ର ହୋଇ ରୁହ,ଯଦି ତୁମେ ଆମ୍ବ ହୋଇଯାଅ ତେବେ ଦୁନିଆ ତୁମକୁ ଆଚାର ତିଆରି କରି ଦେବ।

ଅଦ୍ୟ ଅକ୍ଟୋବର ମାସ ୦୭ ତାରିଖ ୨୦୨୨ ମସିହା(ଶୁକ୍ରବାର)
ଶକାବ୍ଦ -୧୯୪୪
ସମ୍ବତ -୨୦୭୯
ଦିଲ୍ଲୀସ୍ୱରାଦ୍ଧ-୧୪୩୦
ସମ୍ବତ୍ସର-ଅନଳ
ଆଶ୍ୱିନ-ଶୁକ୍ଳପକ୍ଷ
ତିଥି- ଦ୍ଵାଦଶୀ ଦିବା ଘ୦୭/୫୫ ଗତେ ତ୍ରୟୋଦଶୀ
ନକ୍ଷତ୍ର- ଶତଭିଶା ରାତ୍ରି ଘ୦୭/୦୮ ଗତେ ପୂର୍ବଭାଦ୍ର
ଚନ୍ଦ୍ର- କୁମ୍ଭ
ଯୋଗ- ଗଣ୍ଡ
କରଣ – ବାଳବ
ସୌରମାସ- କନ୍ୟା ୨୧ ଦିନ
✧═════•❁❀❁•═════✧
ସୁର୍ୟୋଦୟ-ପ୍ରାତଃ ଘ୦୫/୪୩/୧୯
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୨୭/୦୪
*✧═════•❁❀
ଯୋଗିନୀ ନୈରୁତେ ଦିବା ଘ୦୭/୫୫ ଗତେ ଦକ୍ଷିଣେ
ମିଥୁନ ଓ ମୀନ ରାଶିର ଘାତଚନ୍ଦ୍ର
ବିଛା,ଧନୁ ଓ ମୀନ ରାଶିର ଘାତବାର
ତ୍ରୟୋଦଶୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
✧═════•❁❀❁•═══
କାଳବେଳା ଓ ବାରବେଳା – ଦିବା ଘ ୦୩/୩୭ ଗତେ ଘ୧୧/୩୫ ମଧ୍ୟେ
══•❁❀❁•═
ବିଶୁଦ୍ଧ ଅମୃତ ବେଳ। – ଦିବା ଘ୦୬/୩୦ ମଧ୍ୟେ ଓ ଘ୦୭/୧୮ ଗତେ ଘ୦୯/୪୩ ମଧ୍ୟେଓ ଘ୧୨/୦୭ ଗତେ ଘ୦୩/୧୭ ମଧ୍ୟେ
ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ନାସ୍ତି
═✧*══•❁❀❁•═════✧
ଅଦ୍ୟ ବାଇଗଣ ଭକ୍ଷଣ ନିଷେଧ

ଆଜିର ରାଶିଫଳ*
✧═════•❁❀❁•═════✧
🌹ମେଷ🌹👉: ଦିନଟି ଆପଣଙ୍କ ଲାଗି ଉତ୍ତମ ରହିବ। ଆପଣଙ୍କ ଯୋଜନାକୁ କାର୍ଯ୍ୟରୂପ ଦେବା ଲାଗି କ୍ରମାଗତ ପ୍ରୟାସ କରିବେ ଏବ˚ ସଫଳ ହେବେ। ଧନଲାଭର ଯୋଗ ରହିଛି। ବିଦେଶ ଯିବା ଲୋକ ଶୁଭ ଖବର ପାଇବେ। ସ୍ବାସ୍ଥ୍ୟ ବଢ଼ିଆ ରହିବ।*
✧═════•❁❀❁•═════✧
🌹ବୃଷ🌹👉: ଜୀବନରେ କିଛି କରିବା ପାଇଁ ମନରେ ନୂଆ ନୂଆ ଚିନ୍ତା ଉତ୍ପନ୍ନ ହେବ। ନେତାଙ୍କ ମାଧୢମରେ ଲାଭ ପାଇବେ। ବ୍ୟବସାୟରେ ଲାଗି ରହିଥିବା ବାଧା ଦୂର ହେବ। ପାରିବାରିକ ଜୀବନ ଶାନ୍ତିମୟ ହେବ।
✧═════•❁❀❁•═════✧
🌹ମିଥୁନ🌹👉: ଆଜି କିଛି ନୂଆ ଅନୁଭବ କରି‌େବ। ପଇସା ଯେମିତି ଆସିବ; ସେମିତି ଖର୍ଚ୍ଚ ହୋଇଯିବ। ଅଫିସ୍‌ରେ ମହତ୍ତ୍ବପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ସାକ୍ଷାତ ହେବ। ଖାଦ୍ୟ ପାନୀୟ ପ୍ରତି ସଜାଗ ରହନ୍ତୁ। ଯାତାୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ।
✧═════•❁❀❁•═════✧
🌹କର୍କଟ🌹👉: ଦିନଟି ଆପଣଙ୍କ ଲାଗି ସବୁ ଦୃଷ୍ଟିରୁ ଭଲ। ଆପଣଙ୍କ ଜୀବନରେ କିଛି ନୂଆ ପରିବର୍ତ୍ତନ ଆସିବ। ବିଦେଶରେ ଚାକିରି ପାଇଁ ପ୍ରୟାସ କରୁଥିବା ବ୍ୟକ୍ତିଙ୍କୁ ଶୁଭ ସ˚କେତ ମିଳିପାରେ। ହୋଟେଲ ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ ହେବ।
✧═════•❁❀❁•═════✧
🌹ସି˚ହ🌹👉: ମାଆ ଦୁର୍ଗାଙ୍କ କୃପା ଦୃଷ୍ଟି ଆପଣଙ୍କ ଉପରେ ରହିଛି। ସଫଳତାର ଶିଖର ଆଡ଼କୁ ଅଗ୍ରସର ହେବେ। ଆୟ ବୃଦ୍ଧି ହେବ। ବନ୍ଧୁବାନ୍ଧବଙ୍କ ସହିତ ଖୁସି ବାଣ୍ଟିବେ। ସ୍ବାଦିଷ୍ଠ ଖାଦ୍ୟ ଭୋଜନ କରିବେ। ସ୍ବାସ୍ଥ୍ୟ ପ୍ରତି ଟିକେ ଧୢାନ ଦିଅନ୍ତୁ।
✧═════•❁❀❁•═════✧
🌹କନ୍ୟା🌹👉: ନିଜର ମିଷ୍ଟ ବ୍ୟବହାରରେ ସବୁ କାମ କରିନେବେ। ପ୍ରବନ୍ଧକର୍ତ୍ତା ଆପଣଙ୍କୁ କୌଣସି ବଡ଼ ଦାୟିତ୍ବ ଦେବେ। ନୂଆ ନୂଆ ଲୋକଙ୍କ ସହିତ ଯୋଗାଯୋଗ ହେବ। କଳାକାରଙ୍କୁ କାର୍ଯ୍ୟକ୍ରମର ଅନୁବନ୍ଧ ମିଳିବ।
✧═════•❁❀❁•═════✧
🌹ତୁଳା🌹👉: ସାମାଜିକ କାର୍ଯ୍ୟରେ ମହତ୍ତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ଆପଣଙ୍କୁ କେହି ବନ୍ଧୁତାର ହାତ ବଢ଼ାଇବେ। ବିଦ୍ୟୁତ୍ ବ୍ୟବସାୟୀମାନେ ବଡ଼ ଡିଲ୍‌ କରିପାରନ୍ତି। ବାହନ କିଣିବା ଲାଗି ମନ ବଳିବ।
✧═════•❁❀❁•═════✧
🌹ବିଛା🌹👉: ଊର୍ଜାର ସ୍ତର ଉଚ୍ଚା ରହିବ। କୌଣସି କାର୍ଯ୍ୟକୁ ନୂଆ କରି ମୂଳରୁ ଆରମ୍ଭ କରିବେ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ଲାଭ ମିଳିବ। ଆଇନକାନୁନ ମାମଲାର ସହଜରେ ସମାଧାନର ବାଟ ଫିଟିବ।
✧═════•❁❀❁•═════✧
🌹ଧନୁ🌹👉: ଆର୍ଥିକ ଲାଭ ପାଇଁ ଭଲ ଦିନଟିଏ। କୌଣସି କାମରୁ ଯଥେଷ୍ଟ ଲାଭ ପାଇବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବା ଲାଗି ବଜାରକୁ ଯିବେ। ସନ୍ଧ୍ୟାରେ ବନ୍ଧୁଙ୍କ ସହିତ ହସଖୁସିରେ ସମୟ କଟିବ।
✧═════•❁❀❁•═════✧
🌹ମକର🌹👉: ପରିବାରରେ ଏକତା ଓ ପ୍ରେମ ବଢ଼ିବ। ସ୍ଥଗିତ ଥିବା କାମ ପୂରା କରିବାରେ ସହଯୋଗୀଙ୍କ ସହଯୋଗ ମିଳିବ। ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ମଜଭୁତ ହେବ। ପ୍ରିୟ ବନ୍ଧୁଙ୍କ ସହିତ ସମ୍ବନ୍ଧରେ ମଧୁରତା ଆସିବ।
✧═════•❁❀❁•═════✧
🌹କୁମ୍ଭ🌹👉: ପିତାଙ୍କ କହିବା ମାର୍ଗରେ ଚାଲନ୍ତୁ, ଆପଣଙ୍କୁ ସଫଳତା ମିଳିବ। ବିଦେଶରେ ବ୍ୟବସାୟ କରୁଥିବା ବ୍ୟକ୍ତିବିଶେଷ ଆଜି ବଡ଼ ଡିଲ୍‌ କରିବେ। ପଇସାକୁ ନେଇ କାହାରି ସହିତ ବିବାଦ ହୋଇପାରେ। ଦାମ୍ପତ୍ୟ ଜୀବନରେ ସାମଞ୍ଜସ୍ୟ ବଜାୟ ରହିବ।
✧═════•❁❀❁•═════✧
🌹ମୀନ🌹👉: ଆଧାତ୍ମିକ ଭାବନାରେ ସମୟ ବିତିବ। ବିଭିନ୍ନ କ୍ଷେତ୍ରରେ ଜ୍ଞାନ ଅର୍ଜନ କରିବାକୁ ପ୍ରୟାସ କରିବେ। କଳା ସାହିତ୍ୟ କ୍ଷେତ୍ରରେ ଆଗକୁ ବଢ଼ିବେ। ଚାକିରି ସମ୍ବନ୍ଧୀୟ ଖୁସି ଖବର ମିଳିବ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking