27.1 C
Bhubaneswar
Wednesday, January 22, 2025
Homeଓଡିଶାରାଜ୍ୟ କ୍ୟାବିନେଟ୍‌ରେ ୬ଟି ପ୍ରସ୍ତାବରେ ବାଜିଲା ମୋହର

ରାଜ୍ୟ କ୍ୟାବିନେଟ୍‌ରେ ୬ଟି ପ୍ରସ୍ତାବରେ ବାଜିଲା ମୋହର

ଭୁବନେଶ୍ୱର : ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିଲା ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ଏହି ବୈଠକରେ ମୋଟ ୬ ଟି ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର ବାଜିଛି । ରାଜ୍ୟରେ ଆଇ ୧୨୫ଟି ଓଏଏସ୍ ପଦବି ସୃଷ୍ଟି ନେଇ କ୍ୟାବିନେଟ୍‌ରେ ନିଷ୍ପତ୍ତି ନିଆଯାଇଛି । କାର୍ଯ୍ୟଭାର ରହୁଥିବାରୁ ୧୨୫ଟି ନୂଆ ପଦବି ସୃଷ୍ଟି କରାଯାଇଛି । ଏ ନେଇ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ।

ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ସୂଚନା ଅନୁସାରେ ରାଜ୍ୟରେ ଆଇ ୧୨୫ଟି ଓଏଏସ୍ ପଦବି ସୃଷ୍ଟି ନେଇ କ୍ୟାବିନେଟ୍‌ରେ ନିଷ୍ପତ୍ତି ନିଆଯାଇଛି । କାର୍ଯ୍ୟଭାର ରହୁଥିବାରୁ ୧୨୫ଟି ନୂଆ ପଦବି ସୃଷ୍ଟି କରାଯାଇଛି । ପ୍ରତି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଆଉ ୨ ଜଣ ଡେପୁଟି କଲେକ୍ଟର ରହିବେ । ସେହିପରି ପ୍ରତି ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଆଉ ଜଣେ ଡେପୁଟି କଲେକ୍ଟର ପଦବି ସୃଷ୍ଟି କରାଯାଇଛି । ନୂଆ ୧୨୫ ସୃଷ୍ଟି କରାଯିବା ପରେ ରାଜ୍ୟରେ ଓଏଏସ୍ ପଦବି ସଂଖ୍ୟା ୧୩୧୩କୁ ବୃଦ୍ଧି ପାଇଛି ।

ଅନ୍ୟପଟେ କ୍ୟାବିନେଟ ବୈଠକରେ ଭେଟେରିନାରୀ ସର୍ଭିସ ରୁଲରେ ସଂଶୋଧନକୁ ମଞ୍ଜୁରୀ ମିଳିଛି । ଆଗକୁ ସାକ୍ଷାତକାର ହଟାଇ କେବଳ ଲିଖିତ ପରୀକ୍ଷା ଓପିଏସସି ମାଧ୍ୟମରେ କରାଯିବ । ଭେଟେରିନାରୀ ଆସିଷ୍ଟାଣ୍ଟ ସର୍ଜନ ପାଇଁ କେବଳ ଲିଖିତ ପରୀକ୍ଷା ହେବ । ଏଥିସହ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶରେ ଦ୍ୱିତୀୟ ବିଚାରବିଭାଗୀୟ ବେତନ କମିଶନଙ୍କ ସୁପାରିସ ଅନୁସାରେ ଦରମା ମିଳିବ । ଏଥିଲାଗି ୯୩କୋଟି ଟଙ୍କା ଅତିରିକ୍ତ ଖର୍ଚ୍ଚ କରିବେ ରାଜ୍ୟ ସରକାର । ପାଣି ପଞ୍ଚାୟତ ଆଇନରେ ସଂଶୋଧନକୁ ମଞ୍ଜୁରୀ ମିଳିଛି । ପାଣି ପଞ୍ଚାୟତରେ ମେଗା ଉଠାଜଳସେଚନକୁ ମିଶାଇଦିଆଯିବାକୁ ନିଷ୍ପତ୍ତି ହୋଇଛି । ହିତାଧିକାରୀଙ୍କ ସ୍ତ୍ରୀ ବି ପାଣି ପଞ୍ଚାୟତରେ ସାମିଲ ହେବେ । ପାଣି ପଞ୍ଚାୟତର ଅବଧି ୩ବର୍ଷରୁ ୫ବର୍ଷକୁ ବୃଦ୍ଧିକୁ ଅନୁମୋଦନ କରିଛି କ୍ୟାବିନେଟ ।

ସେହିପରି କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକରେ ଗଞ୍ଜାମ କାଳିପଲ୍ଲୀ ମଉଜାରେ ୨୦୬ ଏକର ଜମି ମାଲିକଙ୍କୁ ଫେରାଯିବ । ଟାଟା ଷ୍ଟିଲ କମ୍ପାନୀ ପ୍ରତିଷ୍ଠା ପାଇଁ ୨୦ ବର୍ଷ ତଳେ ହୋଇଥିଲା ଜମି ଅଧିଗ୍ରହଣ ହୋଇଥିଲା । ଏବେ ଏହାକୁ ଫେରାଇ ଦିଆଯିବ । ଫଳରେ ସେହି ଅଞ୍ଚଳରେ ଶିଳ୍ପାନୁକୂଳ ବାତାବରଣ ବିକଶିତ ହୋଇପାରିବ ।

ଜଳସେଚନ ଏବଂ ପ୍ରାକୃତିକ ଜୈବ-ପରିବେଶ ବିକାଶ କ୍ଷେତ୍ରରେ ଅନ୍ୟ ଏକ ପଦକ୍ଷେପଭାବେ କଟକ ଜିଲ୍ଲା ଅନ୍ତର୍ଗତ ମହାନଦୀ ତେଲ୍ଟାର ଶୁକ-ପାଇକା ନଦୀର ପୁନରୁଦ୍ଧାର ହେବ । ସ୍ଥାନୀୟ ଭାବେ ମୃତ-ନଦୀ ବୋଲି ଜଣାଶୁଣା ଏହି ନଦୀ ଖୁବ୍ ଶିଘ୍ର ପୁଣି ଜୀବନ୍ତ ଓ ଚଳଚଞ୍ଚଳ ହେବ । ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ଏ ସମ୍ବନ୍ଧିତ ଏକ ପ୍ରକଳ୍ପ ଅନୁମୋଦିତ ହୋଇଛି । ଲୋକସେବା ଭବନ ସଭାଗୃହରେ ଅନୁଷ୍ଠିତ ଏହି ବୈଠକରେ ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଏହି ପ୍ରକଳ୍ପର ବୈଷୟିକ, ଆର୍ôଥକ ଏବଂ ପ୍ରଶାସନିକ ଦିଗ ଆଲୋଚନା ନିମନ୍ତେ ଉପସ୍ଥାପନ କରିଥିଲେ ।

ପ୍ରକଳ୍ପର ବିଭିନ୍ନ ଦିଗ ବିଚାର କରି ଏହି ପ୍ରାକୃତିକ ନାଳର ପୁନରୁଦ୍ଧାର ନିମନ୍ତେ ଖୁବ୍ ଶିଘ୍ର ଟେଣ୍ଡର ଆହ୍ୱାନ କରିବାକୁ ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର ନିର୍ଦ୍ଦେଶ ଦେଇଥିଲେ । ପୁର୍ନବିନ୍ୟାସ ପରେ ବର୍ଷ ତମାମ ଯେପରି ନଦୀରେ ଯଥେଷ୍ଟ ପାଣି ରହିବ ସେଥିପ୍ରତି ଦୃଷ୍ଟି ଦେବାକୁ ଜଳ ସଂପଦ ବିଭାଗ ଯନ୍ତ୍ରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ନାଳରେ ଭରା-ଜଳ ରହିଲେ ତାହା ପାର୍ଶ୍ୱବର୍ତ୍ତୀ ସ୍ଥାନର ମୁର୍ତ୍ତିକା ଆର୍ଦ୍ରତା ବଜାୟ ରଖିବାରେ ସହାୟକ ହେବା ସହ ଉଭୟ ପାର୍ଶ୍ୱର କୃଷି ଜମିକୁ ବର୍ଷ ତମାମ ଉତ୍ପାଦନକ୍ଷମ କରିବ ବୋଲି ଶ୍ରୀ ମହାପାତ୍ର କହିଥିଲେ ।

୨୦୦୦ରେ ନବୀନ ପଟ୍ଟନାୟକ କ୍ଷମତାସୀନ ହେବା ପରେ ଗୋପାଳପୁର ପ୍ରକଳ୍ପ ନୂଆରୂପ ନେଲା । ଫଳରେ ଟାଟା ଷ୍ଟିଲ୍‌ର ଏହି ଇସ୍ପାତ ପ୍ରକଳ୍ପ ପାଇଁ ଅଧିଗୃହୀତ ଜମି ‘ଏସ୍‌ଇଜେଡ୍ (ସ୍ପେଶାଲ ଇକୋନୋମିକ୍ ଜୋନ୍‌) ଘୋଷିତ ହୋଇ ପାଚେରୀ ଘେର ଭିତରେ ରହିଛି । ମାତ୍ର ଇସ୍ପାତ ଶିଳ୍ପ ନ ହେବାରୁ ବିସ୍ଥାପିତମାନେ ଜମି ଫେରାଇବା ସହ ଚାକିରୀ ଦେବାକୁ ଦାବି କରିଥିଲେ । ଦୀର୍ଘ ବର୍ଷ ଧରି ଏହି ବିବାଦ ଲାଗି ରହିଥିଲା । ଏବେ ତାର ସମାଧାନ ହୋଇଛି । ରାଜ୍ୟ ସରକାର ଗଞ୍ଜାମ ଜିଲ୍ଲାର ଗୋପାଳପୁରେରେ ଥିବା କାଳିପଲ୍ଲୀ ମୌଜାରେ ପ୍ରକୃତ ଉତ୍ତରାଧିକାରୀଙ୍କୁ ୨୦୬ ଏକର ୬୮୫ ଡିସିମିଲି ଜମି ଫେରାଇ ଦେବାକୁ ନିଷ୍ପତ୍ତି ନେଇଛନ୍ତି । ଫଳରେ ଗଞ୍ଜାମ ଲୋକେ ଏହାକୁ ସ୍ୱାଗତ କରିଛନ୍ତି ।

ବର୍ଷା ଓ ବନ୍ୟାଋତୁକୁ ଆଖିରେ ରଖି ପ୍ରକଳ୍ପ କାର୍ଯ୍ୟାନୟନ ସମୟ-ନିର୍ଘଣ୍ଟ ନିର୍ଦ୍ଧାରଣ କରିବା ନିମନ୍ତେ ମୁଖ୍ୟ ଶାସନ ସଚିବ ମଧ୍ୟ ନିର୍ଦ୍ଦେଶ ଦେଇଥିଲେ । ବହୁମାତ୍ରାରେ ବନ୍ୟାପାଣି ନାଳରେ ଆସି ଯେପରି ପ୍ରଭୁତ କ୍ଷତି ନଘଟାଇବ ସେହିପରି ପ୍ରକଳ୍ପ ଡ଼ିଜାଇନ୍ ବୈଷୟିକ କୌଶଳ ଏବଂ କାର୍ଯ୍ୟାୟନ ସମୟ ନିର୍ଘଣ୍ଟ ନିର୍ଦ୍ଧାରଣ କରିବାକୁ ଶ୍ରୀ ମହାପାତ୍ର ନିର୍ଦ୍ଦେଶ ଦେଇଥିଲେ । ପ୍ରକଳ୍ପ ପାଇଁ ପ୍ରାୟ ୪୯.୬୭ କୋଟି ଟଙ୍କାର ଖର୍ଚ୍ଚ ଅଟକଳକୁ ବୈଠକରେ ଅନୁମୋଦନ କରାଯାଇଥିଲା । ନଦୀର ଉଭୟ ପାର୍ଶ୍ୱରେ ଥିବା ଗ୍ରାମୀଣ ରାସ୍ତାଗୁଡିକୁ ସଂଯୋଗ କରିବା ନିମନ୍ତେ ନଦୀ ଉପରେ ୪ ଟି ପୋଲ ନିର୍ମାଣ ହେବ । ସମୁଦାୟ ପ୍ରକଳ୍ପକୁ ୧୮ ମାସ ମଧ୍ୟରେ ପୂର୍ଣ୍ଣାଙ୍ଗ କରିବା ପାଇଁ ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର ନିର୍ଦ୍ଦେଶ ଦେଇଥିଲେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking