28.1 C
Bhubaneswar
Tuesday, January 7, 2025
Homeକରୋନାଦେଶରେ ଆଜି ୫୦୦ ତଳେ ନୂଆ କୋଭିଡ୍‌-୧୯ ସଂକ୍ରମଣ; ସାଢ଼େ ୬ ହଜାର ତଳେ ସକ୍ରିୟ...

ଦେଶରେ ଆଜି ୫୦୦ ତଳେ ନୂଆ କୋଭିଡ୍‌-୧୯ ସଂକ୍ରମଣ; ସାଢ଼େ ୬ ହଜାର ତଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ହ୍ରାସ ପାଇ ୫୦୦ ତଳକୁ ଆସିଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ହ୍ରାସ ପାଇ ସାଢ଼େ ୬ ହଜାର ତଳକୁ ଆସିଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪୯୨କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୪ ଜଣଙ୍କର ମୃତ୍ୟୁ ରେକର୍ଡ କରାଯାଇଛି। ଏଥିରେ କେରଳ ପିଛିଲା ଭାବେ ୩ଜଣଙ୍କ ମୃତ୍ୟୁ ସାମିଲ କରିଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୪୯୨ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୬୯,୦୧୫ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ହୋଇଥିବା ୪ଜଣଙ୍କ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୫୭୪ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୩୧,୯୫୨। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୭୯% ରହିଛି। ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୬,୭୮୨ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୧%। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୧୯,୮୬,୨୯,୩୭୭ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ପରୀକ୍ଷା କରାଯାଇଛି ୧,୯୨,୬୬୫ଟି ନମୁନା।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking