ଭୁବନେଶ୍ଵର : ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ। ଏହାର ପ୍ରଭାବରେ ଡିସେମ୍ବର ୫ ତାରିଖ ସୁଦ୍ଧା ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ ଦକ୍ଷିଣ ଆଣ୍ଡାମାନ ସାଗରରେ ଘନୀଭୂତ ହୋଇ ଲଘୁଚାପର ରୂପ ନେବ। ଏନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।
ଏହା ୱେଲ ମାର୍କ ଲୋ ପ୍ରେସରରେ ପରିଣତ ହେବ। ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ ଏବଂ ଡିସେମ୍ବର ୭ ତାରିଖ ସକାଳ ସୁଦ୍ଧା ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଡିପ୍ରେସନରେ ପରିଣତ ହେବାର ସମ୍ଭାବନା ରହିଛି। ଏହା ପରେ ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଯାଇ ଉତ୍ତର ତାମିଲନାଡୁ-ପୁଡୁଚେରୀ ଏବଂ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳବର୍ତ୍ତୀ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଡିସେମ୍ବର ୮ ତାରିଖ ସକାଳ ସୁଦ୍ଧା ପହଞ୍ଚିବାର ସମ୍ଭାବନା ରହିଛି।