17.1 C
Bhubaneswar
Monday, November 25, 2024
Homeଓଡିଶାଖସିବ ପାରଦ, ବଢ଼ିବ ଶୀତ

ଖସିବ ପାରଦ, ବଢ଼ିବ ଶୀତ

ଭୁବନେଶ୍ୱର: ଗତ୨ ଦିନ ହେବ ଅଧିକ ଥଣ୍ଡା ଅନୁଭୂତ ହେଉଥିବା ବେଳେ ଆସନ୍ତା ୨ରୁ ୩ ଦିନରେ ତାପମାତ୍ରା ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ଖସିବ । ଫଳରେ ରାଜ୍ୟରେ ଥଣ୍ଡା ପଡ଼ିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି । ମିଳିଥିବା ସୂଚନା ଅନୁସାରେ ଗତ ୨୪ଘଣ୍ଟାରେ କୋରାପୁଟରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୧୧.୫ ଡିଗ୍ରୀ ରେକର୍ଡ ହୋଇଛି । ଏହାସହ ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାରେ ୧୩.୮ ଡିଗ୍ରୀ ସର୍ବନିମ୍ନ ତାପମାତ୍ରା ରହିଥିଲା । ତେବେ ସୋମବାର ରାତିରୁ ହିଁ ରାଜ୍ୟର ପାରଦସ୍ତର ଖସିବା ଆରମ୍ଭ କରିବ । ରବିବାର କନ୍ଧମାଳ, କଳାହାଣ୍ଡି, ରାୟଗଡା, କୋରାପୁଟ, ମାଲକାନଗିରି, ବଲାଙ୍ଗିର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖିବାକୁ ମିଳିଥିଲା ।

ସେହିପରି ପାଣିପାଗ ବିଭାଗ ପକ୍ଷରୁ ବାତ୍ୟା ସମ୍ପର୍କରେ କହିଛନ୍ତି ଯେ, ଦକ୍ଷିଣ ଆଣ୍ଡାମାନ ସାଗରରେ ଆଉ ଏକ ବାତ୍ୟା ଦାନା ବାନ୍ଧୁଛି । ଏହା ୨୪ ଘଣ୍ଟାରେ ଅବପାତ ରୂପ ନେବ । ଏବେ ଏହାର ଗତି ପଥ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ରହିଛି । ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ବାତ୍ୟା ରୂପନେବା ସମ୍ଭାବନା ରହିଛି । ଡିସେମ୍ବର ୮ରେ ବାତ୍ୟା ସ୍ଥଳଭାଗ ଛୁଇଁବ । ତାମିଲନାଡୁ, ପୁଡୁଚେରୀ ଦକ୍ଷିଣ ଆନ୍ଧ୍ର ଉପକୂଳରେ ବାତ୍ୟା ସ୍ଥଳଭାଗ ଛୁଇଁପାରେ । ଓଡ଼ଶାରେ ଏହାର ସିଧାସଳଖ ପ୍ରଭାବ ପଡ଼ିବ ନାହିଁ ବୋଲି ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking