30.1 C
Bhubaneswar
Sunday, September 29, 2024
Homeଓଡିଶାଶ୍ରୀମନ୍ଦିରରେ ସ୍ମାର୍ଟଫୋନ ମନା

ଶ୍ରୀମନ୍ଦିରରେ ସ୍ମାର୍ଟଫୋନ ମନା

ପୁରୀ : ଏଣିକି ଶ୍ରୀମନ୍ଦିର ଭିତରେ ସ୍ମାର୍ଟ ଫୋନ୍ ବ୍ୟବହାର ନିଷିଦ୍ଧ । ଆସନ୍ତା ଜାନୁଆରୀ ୧ରୁ ଏହି କଟକଣା ଲାଗୁ କରାଯିବା ନେଇ ଛତିଶା ନିଯୋଗ ବୈଠକରେ ନିଷ୍ପତ୍ତି ହୋଇଛି। ଶ୍ରୀମନ୍ଦିର ଭିତର ପରିସର ଫଟୋ ବାରମ୍ବାର ସୋସିଆଲ ମିଡ଼ିଆରେ ଭାଇରାଲ ହେବା ପରେ ଆଜି ଛତିଶା ନିଯୋଗ ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। କେବଳ ଜରୁରୀ ନୀତି ନିର୍ଘଣ୍ଟ ସୂଚନା ଦେବା ପାଇଁ ଶ୍ରୀମନ୍ଦିର କମାଣ୍ଡର ସ୍ମାର୍ଟ ଫୋନ୍ ବ୍ୟବହାର କରି ପାରିବେ। ଅନ୍ୟାନ୍ୟ ଅଧିକୃତ ଶ୍ରୀମନ୍ଦିରର ଅଧିକାରୀ ଓ ସେବାୟତ ମାନେ ସାଧାରଣ କିପ୍ୟାଡ ଥିବା ମୋବାଇଲ ବ୍ୟବହାର କରି ପାରିବେ।ପୂର୍ବରୁ ଭକ୍ତ ମାନେ ଶ୍ରୀମନ୍ଦିରକୁ ମୋବାଇଲ ନେବା ଉପରେ ସମ୍ପୁର୍ଣ୍ଣ କଟକଣା ରହିଛି। କେବଳ ଅଧିକାରୀ ଓ ଅଧିକୃତ ସେବାୟତ ମାନେ ଶ୍ରୀମନ୍ଦିର ଭିତରେ ସ୍ମାର୍ଟ ଫୋନ ବ୍ୟବହାର କରୁଥିଲେ। ଆଜି ଛତିଶା ନିଯୋଗ ବୈଠକରେ ଏନେଇ ବିଚାର ବିମର୍ଶ କରାଯିବା ପରେ ଏଭଳି କଟକଣା ନେଇ ସହମତି ପ୍ରକାଶ ପାଇଛି। ଆସନ୍ତା ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ଏହି କଟକଣାକୁ ଅନୁମୋଦନ କରାଯିବ।

ଆଜି ବସିବ ଛତିଶା ନିଯୋଗ ବୈଠକ, ପହିଲି ଭୋଗ ନୀତି ନିର୍ଘଣ୍ଟ ଉପରେ ହେବ ଆଲୋଚନା

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking