17.1 C
Bhubaneswar
Monday, November 25, 2024
Homeକରୋନାଆଜି ଦେଶରେ ୨୧୦ ନୂଆ କୋଭିଡ୍‌-୧୯ ସଂକ୍ରମଣ; ହ୍ରାସ ପାଉଛି ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା

ଆଜି ଦେଶରେ ୨୧୦ ନୂଆ କୋଭିଡ୍‌-୧୯ ସଂକ୍ରମଣ; ହ୍ରାସ ପାଉଛି ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ୨୦୦ ଉପରେ ଥିବା ବ‌େଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ପୁଣି କିଛି ହ୍ରାସ ପାଇଥିଲେ ବି ୪ ହଜାରରୁ ସାମାନ୍ୟ ଉପରେ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୧୦ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧ ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨୧୦ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୭୪,୬୪୯ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ କାହାରି ମୃତ୍ୟୁ ରେକର୍ଡ କରାଯାଇ ନ ଥିବା ବେଳେ କେରଳ ପିଛିଲା ଭାବେ ଜଣକର ମୃତ୍ୟୁ ଯୋଗ କରିବାରୁ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୬୫୪ରେ ପହଞ୍ଚିଛି। ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୩୯,୯୪୮। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୮୦% ରହିଛି।

ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪,୦୪୭ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୧%। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୧୯,୯୬,୬୮,୩୦୫ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ପରୀକ୍ଷା କରାଯାଇଛି ୧,୩୩,୧୭୩ଟି ନମୁନା।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking