ଭୁବନେଶ୍ୱର : ଶୁକ୍ରବାର ବିଧାନସଭାରେ ଉପସ୍ଥାପିତ ରାଜ୍ୟ ବଜେଟକୁ ଲୋକଙ୍କ ବଜେଟ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ବଜେଟ ଉପରେ ପ୍ରତିକ୍ରିୟା ପ୍ରକାଶ କରି ସେ କହିଛନ୍ତି ଯେ ଏହି ବଜେଟ ଲୋକଙ୍କ ଦ୍ୱାରା, ଲୋକଙ୍କ ପାଇଁ ଓ ଲୋକଙ୍କ ବଜେଟ । ଏହା ଓଡ଼ିଶାକୁ ନୂଆ ଉଚ୍ଚତାକୁ ନେଇଯିବ ବୋଲି ସେ କହିଛନ୍ତି ।