ଆଜିଠୁ ରାଜ୍ୟରେ ଆହୁରି ବଢ଼ିବ ତାତି। ମାର୍ଚ୍ଚ ପ୍ରଥମ ସପ୍ତାହରେ ରାଜ୍ୟର କିଛି ସ୍ଥାନରେ ୪୦ରୁ ୪୨ ଡିଗ୍ରୀ ଛୁଇଁପାରେ ତାପମାତ୍ରା। ଉପକୂଳ ଓ ପଶ୍ଚିମ ଓଡ଼ିଶାର ଅଧିକାଂଶ ସ୍ଥାନରେ ତାପମାତ୍ରା ୩ ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ। ଉତ୍ତର ଓ ଦକ୍ଷିଣ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ଦିନର ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବ। ପାରଦ ବୃଦ୍ଧି ପାଇ ମାର୍ଚ୍ଚ ପ୍ରଥମ ସପ୍ତାହରେ କିଛି ସ୍ଥାନରେ ୪୦ରୁ ୪୨ ଡିଗ୍ରୀରେ ପହଞ୍ଚିବ ବୋଲି ଆକଳନ କରିଚି ପାଣିପାଗ ବିଭାଗ ।