27.1 C
Bhubaneswar
Saturday, October 19, 2024
Homeଓଡିଶା୧୪ଟି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା

୧୪ଟି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟରେ ପଶ୍ଚିମା ଝଡ଼ ପ୍ରଭାବରେ ଆଜି ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆସନ୍ତା ୨୪ଘଣ୍ଟା ମଧ୍ୟରେ ୧୪ଟି ଜିଲ୍ଲା ଯଥା କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, କେନ୍ଦ୍ରାପଡ଼ା, କଟକ, ଜଗତସିଂପୁର, ସୋନପୁର, ବଲାଙ୍ଗିର, ବୌଦ୍ଧ, ଅନୁଗୁଳ, କନ୍ଧମାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି । ସେହି ସମୟରେ ପବନର ବେଗ ଘଣ୍ଟାକୁ ୪୦-୫୦କିମି ବେଗରେ ବହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ତେଣୁ ଏହି ୧୪ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଏପ୍ରିଲ ୧ତାରିଖ ସକାଳ ସାଢ଼େ ୮ଟା ମଧ୍ୟରେ ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଅନୁଗୁଳ, ଢେଙ୍କାନାଳ, କେନ୍ଦ୍ରାପଡ଼ା, କଟକ ଏବଂ ଜଗତସିଂପୁର ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ୫୦କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି । ଏପ୍ରିଲ ୨ ତାରିଖ ସକାଳ ସୁଦ୍ଧା ଉପକୂଳ ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ଆକଳନ କରିଛି । ୨ତାରିଖ ସକାଳ ୮ଟା ୩୦ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂପୁର, ଖୋର୍ଦ୍ଧା, ପୁରୀ, ନୟାଗଡ, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, ରାୟଗଡା, କୋରାପୁଟ ଏବଂ ମାଲକାନଗିରିରେ ପଶ୍ଚିମା-ଝଡ଼ର ପ୍ରଭାବରେ ବର୍ଷା ଏବଂ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ହେବ । ତେଣୁ ଉତ୍ତର ଉପକୂଳ ଏବଂ ଦକ୍ଷୀଣ ଉପକୂଳ ଜିଲ୍ଲାଗୁଡିକ ଲାଗି ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଏହାକୁ ନଜର ଦେଇ ସମ୍ଭାବ୍ୟ ବିପର୍ଯ୍ୟୟର ମୁକାବିଲା ଲାଗି ପ୍ରସ୍ତୁତ ରହିବାକୁ ଏସ୍‌ଆରସିଙ୍କ ପକ୍ଷରୁ ଜିଲ୍ଲାପାଳମାନଙ୍କୁ କୁହାଯାଇଛି । ଗତ ୨୪ଘଣ୍ଟାରେ ଯାଜପୁରରେ ସର୍ବାଧିକ ୪୫ମିମି ବର୍ଷା ରେକର୍ଡ କରାଯାଇଥିବା ବେଳେ ୧୧ଟି ଜିଲ୍ଲାରେ ବର୍ଷାର ପରିମାଣ ୫ମିମି ତଳକୁ ରହିଥିଲା ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking