32.1 C
Bhubaneswar
Saturday, October 19, 2024
Homeଓଡିଶାଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ଜାପାନ ଗସ୍ତ

ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ଜାପାନ ଗସ୍ତ

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜିଠାରୁ ସପ୍ତାହବ୍ୟାପୀ ଜାପାନ ଗସ୍ତରେ ଯାଉଛନ୍ତି। ତାଙ୍କର ଏହି ବିଦେଶ ଗସ୍ତକାଳରେ ଏକାଧିକ କାର୍ଯ୍ୟକ୍ରମ ରହିଛି । ଟୋକିଓ, କ୍ୟୁଟୋ ଏବଂ ଓସାକା ଆଦି ୩ଟି ସହରରେ ବାଣିଜ୍ୟିକ ସମ୍ମିଳନୀ, ସରକାରୀ କାର୍ଯ୍ୟକ୍ରମରେ ସେ ଯୋଗଦେବେ। ମୁଖ୍ୟମନ୍ତ୍ରୀଙ୍କ ସହ ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀମାନେ ମଧ୍ୟ ଜାପାନ ଯିବେ ବୋଲି ଜଣାପଡ଼ିଛି। ଆସନ୍ତା ସପ୍ତାହ ଅର୍ଥାତ ୧୦ କିମ୍ବା ୧୧ ତାରିଖରେ ମୁଖ୍ୟମନ୍ତ୍ରୀ ଓଡ଼ିଶା ଫେରିବାର କାର୍ଯ୍ୟକ୍ରମ ରହିଛି।

ସୂଚନା ଅନୁସାରେ, ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ସୋମବାର ପୂର୍ବାହ୍ନ ୯ଟା ୪୫ ମିନିଟରେ ଭୁବନେଶ୍ବରରୁ ଜାପାନ ଗସ୍ତରେ ବାହାରିବେ। ସେଠାକାର ନିବେଶକଙ୍କୁ ଆକୃଷ୍ଟ କରିବାକୁ ମୁଖ୍ୟମନ୍ତ୍ରୀ ଜାପାନ ଗସ୍ତରେ ଯାଉଛନ୍ତି। ମେକ୍ ଇନ୍ ଓଡ଼ିଶା ସମ୍ମେଳନର ଗତ ଦୁଇଟି ସଂସ୍କରଣ (୨୦୧୮ ଏବଂ ୨୦୨୨)ପାଇଁ ଜାପାନ ଏକ କଣ୍ଟ୍ରି ପାର୍ଟନର ରହିଥିଲା। ବିଦେଶୀ ପୁଞ୍ଜି ପାଇଁ ସେ କେତେକ ପ୍ରମୁଖ ନିବେଶକଙ୍କୁ ଭେଟିବା କାର୍ଯ୍ୟକ୍ରମ ଥିବା କୁହାଯାଉଛି। ଜାପାନ ସହ ଅନେକ କ୍ଷେତ୍ରରେ ଓଡ଼ିଶାର ବାଣିଜ୍ୟିକ ସମ୍ପର୍କ ଥିବାରୁ ନିବେଶର ଏକ ବାତାବରଣ ସୃଷ୍ଟି ହୋଇପାରେ। ଜାପାନରେ ନିବେଶକଙ୍କୁ ପେଟ୍ରୋ କେମିକାଲ୍ସ, ଖାଦ୍ୟ ପ୍ରକ୍ରିୟାକରଣ, ପ୍ଲାଷ୍ଟିକ, ବୟନଶିଳ୍ପ ଓ ପର୍ଯ୍ୟଟନ ଭଳି କ୍ଷେତ୍ରରେ ଅଧିକ ଆକୃଷ୍ଟ କରିବାକୁ ଉଦ୍ୟମ କରାଯିବା ସମ୍ଭାବନା ରହିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking