23.1 C
Bhubaneswar
Saturday, October 19, 2024
Homeଓଡିଶାଖସିଲା ସୁନା ଦର

ଖସିଲା ସୁନା ଦର

ଭୁବନେଶ୍ୱର: ବିଗତ କିଛି ଦିନ ଧରି ସୁନା ଓ ରୁପା ପରି ମୂଲ୍ୟବାନ ଧାତୁ ମୂଲ୍ୟରେ ଲଗାତର ବୃଦ୍ଧି ରେକର୍ଡ କରାଯାଉଥିଲା । କିନ୍ତୁ ଆଜି (ଗୁରୁବାର) ଅର୍ଥାତ ଏପ୍ରିଲ ୨୦ରେ ସୁନା ଓ ରୁପା ମୂଲ୍ୟରେ ହ୍ରାସ ଘଟିଛି । ଏହି ପର୍ଯ୍ୟାୟରେ ବୈଶ୍ୱିକ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ ମଧ୍ୟ ହ୍ରାସ ଘଟିଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳୁଛି ।

ଗତକାଲି (ବୁଧବାର) ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୨୩୦ ଟଙ୍କାର ବୃଦ୍ଧି ଘଟିଥିଲା । ସେପଟେ ଆଜି ୨୪ କ୍ୟାରେଟ ୧୦ ସୁନା ଦରରେ ୨୨୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୬୦,୯୩୦ ଟଙ୍କାକୁ ଖସି ଆସିଛି । ଯାହା ଗତକାଲି ଏହାର ମୂଲ୍ୟ ୬୧,୧୫୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୨୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୫୫,୮୫୦ ଟଙ୍କାରେ ଖସି ଆସିଛି । ଯାହା ଗତକାଲି ଏହାର ମୂଲ୍ୟ ୫୬,୦୫୦ ଟଙ୍କା ଥିଲା ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking