25.1 C
Bhubaneswar
Monday, January 13, 2025
Homeଓଡିଶାରତ୍ନଭଣ୍ଡାର ପ୍ରସଙ୍ଗରେ ମନଗଢ଼ା କାହାଣୀ ଗପୁଛି ବିଜେପି: ବିଜେଡି

ରତ୍ନଭଣ୍ଡାର ପ୍ରସଙ୍ଗରେ ମନଗଢ଼ା କାହାଣୀ ଗପୁଛି ବିଜେପି: ବିଜେଡି

 ଆଜି ନୁହେଁ, ୧୯୮୫ ମସିହାରୁ ଦୀର୍ଘ ୩୮ ବର୍ଷ ଧରି ଶ୍ରୀମନ୍ଦିରର ରତ୍ନଭଣ୍ଡାର ଖୋଲା ହୋଇନାହିଁ
 ନିଜ ଦଳର ବରିଷ୍ଠ ନେତା ବିଶ୍ୱଭୂଷଣ ହରିଚନ୍ଦନଙ୍କୁ ପରୋକ୍ଷରେ ଦାୟୀ କରୁଛନ୍ତି ବିଜେପି ନେତା
 ଶ୍ରୀଜଗନ୍ନାଥଙ୍କୁ ନେଇ ରାଜନୀତି କଲେ ଜଗନ୍ନାଥପ୍ରେମୀ ଓଡ଼ିଶାବାସୀ ସେମାନଙ୍କୁ କେବେ କ୍ଷମା ଦେବେ ନାହିଁ
ଭୁବନେଶ୍ୱର : ବିନା କାରଣରେ ବିଭିନ୍ନ ସ୍ପର୍ଶକାତର ଘଟଣାରେ ମନଗଢ଼ା କାହାଣୀ କହି ରାଜନୀତି କରିବା ଓଡ଼ିଶା ବିଜେପିର ଅଭ୍ୟାସରେ ପରିଣତ ହୋଇଗଲାଣି । ବୋଧହୁଏ ଆଜିକାଲି ସେମାନେ ଘରେ ବସି ଅଧିକ ବଲିଉଡ୍ ଫିଲ୍ମ ଓ ୱେବ୍ ସିରିଜ୍ ଦେଖୁଛନ୍ତି ଏବଂ ଏହାର ପ୍ରଭାବରେ ମନଗଢ଼ା କାହାଣୀ ତିଆରି କରି ପ୍ରତିଦିନ ଗଣମାଧ୍ୟମ ସାମ୍ନାରେ ଗପୁଛନ୍ତି । ରତ୍ନଭଣ୍ଡାର ପ୍ରସଙ୍ଗରେ ବିଜେପି ନେତା ପୀତାମ୍ବର ଆଚାର‌୍ୟ୍ୟଙ୍କ ସାମ୍ବାଦିକ ସମ୍ମିଳନୀ ପରେ ବିଜେଡି ମୁଖପାତ୍ର ଡ. ଲେନିନ ମହାନ୍ତି ତାଙ୍କୁ ଏମିତି କଟାକ୍ଷ କରିଛନ୍ତି ।
ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ଡ. ମହାନ୍ତି କହିଛନ୍ତି ଯେ ଆଜି ରତ୍ନଭଣ୍ଡାର ପ୍ରସଙ୍ଗରେ ବିଜେପି ଯେଉଁ କାହାଣୀ ଶୁଣାଇଛି, ତାହା ଦେଖି ମନେ ହେଉଛି ଓଡ଼ିଶା ବିଜେପି ନେତାମାନଙ୍କର ମଧ୍ୟ ସ୍ମୃତି ବିଭ୍ରମ ଘଟିଲାଣି । ସେମାନେ ସମ୍ଭବତଃ ଜାଣି ନାହାନ୍ତି ଯେ ଆଜି ନୁହେଁ, ୧୯୮୫ ମସିହାରୁ ଦୀର୍ଘ ୩୮ ବର୍ଷ ଧରି ଶ୍ରୀମନ୍ଦିରର ରତ୍ନଭଣ୍ଡାର ଖୋଲା ହୋଇନାହିଁ । ଆଜିର ସାମ୍ବାଦିକ ସମ୍ମିଳନୀ ମଧ୍ୟ ଓଡ଼ିଶା ବିଜେପିରେ ଚାଲିଥିବା ଗୋଷ୍ଠୀ କନ୍ଦଳକୁ ପଦାରେ ପକାଇ ଦେଇଛି । କାରଣ ୨୦୦୦ରୁ ୨୦୦୯ ମସିହା ପର‌୍ୟ୍ୟନ୍ତ ମିଳିତ ସରକାରରେ ଆଇନ ମନ୍ତ୍ରୀ ଥିବା ନିଜ ଦଳର ବରିଷ୍ଠ ନେତା ବିଶ୍ୱଭୂଷଣ ହରିଚନ୍ଦନଙ୍କୁ ମଧ୍ୟ ରତ୍ନଭଣ୍ଡାର ଖୋଲା ନ ହେବା ପାଇଁ ବିଜେପି ପରୋକ୍ଷରେ ଦାୟୀ କରିଛି ।
ଡ. ମହାନ୍ତି ଆହୁରି କହିଛନ୍ତି, ରାଜନୀତି କରିବା ପାଇଁ ବିରୋଧୀ ଦଳ ପାଖରେ ଅନେକ ପ୍ରସଙ୍ଗ ଅଛି । ଓଡ଼ିଶାରେ ସ୍ୱାର୍ଥ ସମ୍ବଳିତ ଯେ କୌଣସି ପ୍ରସଙ୍ଗରେ ସେମାନେ କେନ୍ଦ୍ର ସରକାରଙ୍କ ନିକଟରେ ଦାବି ରଖିପାରିବେ । ମାତ୍ର ସେପରି ନ କରି ସେମାନେ ଟାଣିଓଟାରି ବିଭିନ୍ନ ସ୍ପର୍ଶକାତର ପ୍ରସଙ୍ଗରେ ରାଜନୀତି କରୁଛନ୍ତି ଏବଂ ଲୋକଙ୍କ ଧର୍ମୀୟ ଭାବନା ସହ ଖେଳ ଖେଳୁଛନ୍ତି । ସେମାନେ ମନେ ରଖିବା ଉଚିତ ଯେ ଶ୍ରୀଜଗନ୍ନାଥଙ୍କୁ ନେଇ ରାଜନୀତି କଲେ ଜଗନ୍ନାଥପ୍ରେମୀ ଓଡ଼ିଶାବାସୀ ସେମାନଙ୍କୁ କେବେ କ୍ଷମା ଦେବେ ନାହିଁ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking