ଭୁବନେଶ୍ୱର: ରାଜ୍ୟ ସରକାର ୩ ଜଣ ବରିଷ୍ଠ ଆଇପିଏଏସ୍ ଅଧିକାରୀଙ୍କୁ ପଦୋନ୍ନତି ଦେଇଛନ୍ତି। ୧୯୯୦ ବ୍ୟାଚ୍ର ଆଇପିଏସ୍ ଅଧିକାରୀ ସୁଧାଂଶୁ ଷଡ଼ଙ୍ଗୀ ଓ ଅରୁଣ ଷଡ଼ଙ୍ଗୀଙ୍କୁ ଡିଜି ପାହ୍ୟାକୁ ପଦୋନ୍ନତି ମିଳିଛି। ସେହିପରି କେନ୍ଦ୍ରୀୟ ଡେପୁଟେସନରେ ଥିବା ୧୯୯୦ ବ୍ୟାଚ୍ର ଆଇପିଏସ୍ ଅଧିକାରୀ ୱାଇବି ଖୁରାନିଆଙ୍କୁ ମଧ୍ୟ ଡିଜି ପାହ୍ୟାକୁ ପଦୋନ୍ନତି ହୋଇଛି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବୁଧବାର ବିଜ୍ଞପ୍ତି ପ୍ରକାଶ ପାଇଛି।
ମନୁଷ୍ୟ-ବନ୍ୟପ୍ରାଣୀ ସଂଘର୍ଷରେ ମୃତାହତ ବ୍ୟକ୍ତିଙ୍କ ପାଇଁ ଅନୁକମ୍ପା ରାଶିରେ ବୃଦ୍ଧି ଘୋଷଣା କଲେ ମୁଖ୍ୟମନ୍ତ୍ରୀ