ବରଗଡ଼: ବରଗଡ଼ ଜିଲ୍ଲା ଗାଇସିଲଟ ଥାନା ଅଧିକାରୀ ବୀରବର ଭଗତଙ୍କ କାର୍ଯ୍ୟାଳୟ ଓ ବାସଭବନରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଚଢାଉ କରାଯାଇଛି । ସୂଚନା ମୁତାବକ ଭିଜିଲାନ୍ସର ୪ଟି ଟିମ ଆଜି ଚଢ଼ାଉ କରିଛନ୍ତି । ଭିଜିଲାନ୍ସ ଟିମ ଆଜି ଭୋର ପ୍ରାୟ ୩ଟାରୁ ଗାଇସିଲଟ ଥାନା, ଗାଇସିଲଟରେ ଥିବା ଘର, ସମ୍ବଲପୁରରେ ଥିବା ଘର ଓ ଅତାବିରା ଟାଙ୍ଗରପାଲିରେ ଥିବା ଘରେ ଚଢ଼ାଉ କରାଯାଇଛି । ସମ୍ବଲପୁର, ବରଗଡ଼ ଓ ସୋନପୁରର ଭିଜିଲାନ୍ସ ଟିମ ଏହି ଚଢ଼ାଉ କରିଛନ୍ତି ।