ଭୁବନେଶ୍ୱର: ୨୨୩ କଲେଜ ଫ୍ରିନ୍ସପାଲଙ୍କ ଦରମା ବନ୍ଦ କଲା ଉଚ୍ଚ ଶିକ୍ଷା ବିଭାଗ । ମୁଖ୍ୟ କିରାଣୀଙ୍କ ଦରମା ବନ୍ଦ ପାଇଁ ମଧ୍ୟ ନିଦ୍ଧେଶ୍ୟ ଦିଆଯାଇଛି । କର୍ତ୍ତବ୍ୟରେ ଅବହେଳା ପାଇଁ ବିଭାଗ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ନିଆଯାଇଛି । ବିଭାଗର ସହକାରୀ ନିର୍ଦ୍ଦେଶକଙ୍କ ଉତ୍ତର ଦେଉ ନଥିବାରୁ କାର୍ଯ୍ୟାନୁଷ୍ଠାନ ନିଆଯାଇଛି ।
ସୂଚନାନୁସାରେ, ବିଭାଗ ପକ୍ଷରୁ ବାରମ୍ବାର ଜଣାଇବା ସତ୍ତ୍ବେ ୨୨୩ ମହାବିଦ୍ୟାଳୟ ଆବଶ୍ୟକ ସୂଚନା ପ୍ରଦାନ କରିବାରେ ବିଫଳ ହୋଇଛନ୍ତି । ଉଚ୍ଚଶିକ୍ଷା ବିଭାଗର ସହକାରୀ ନିର୍ଦେଶକଙ୍କ ଚିଠିର ଉତ୍ତର ଦେଉନଥିବାରୁ ଏହି ମହାବିଦ୍ୟାଳୟ ଅଧ୍ୟକ୍ଷ ଏବଂ ମୁଖ୍ୟ କିରାଣୀ ଓ କିରାଣୀଙ୍କ ବିରୋଧରେ ଏହି ପଦକ୍ଷେପ ନିଆଯାଇଛି । ବିଭାଗୀୟ ଚିଠିର ଉତ୍ତର ନଦେବାର ଅର୍ଥ ହେଉଛି ସରକାରୀ କାର୍ଯ୍ୟ ନିର୍ବାହରେ ବଡ଼ ଅବହେଳା ଏବଂ ବିଭାଗ କର୍ତ୍ତୃପକ୍ଷଙ୍କ ନିର୍ଦେଶ ପାଳନର ବିଫଳତା ବୋଲି କୁହାଯାଇଛି । ଏପରି ଅବହେଳା ପାଇଁ ମେ’ ମାସର ଦରମା ନ ଉଠାଇବାକୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି ।