ଭୁବନେଶ୍ୱର: ପଶ୍ଚିମରେ ତାତି, ଉପକୂଳକୁ ୟେଲୋ ୱାର୍ଣ୍ଣିଂ। ଆସନ୍ତା ୪ ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ଓ ବଜ୍ରପାତ ହୋଇପାରେ। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
ଆସନ୍ତାକାଲି ସକାଳ ସାଢ଼େ ୮ଟା ଯାଏ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ହୋଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- କୋରାପୁଟ, ରାୟଗଡ଼ା, ଗଜପତି, କନ୍ଧମାଳ, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, କେନ୍ଦୁଝର ଓ ମୟୂରଭଞ୍ଜ।
ସେହିପରି ଆସନ୍ତାକାଲି ସକାଳ ସାଢ଼େ ୮ଟାରୁ ୩ ତାରିଖ ସକାଳ ସାଢ଼େ ୮ଟା ଯାଏ ମଧ୍ୟ ବିଭିନ୍ନ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି।