ଭୁବନେଶ୍ୱର: ମାତ୍ର ୧୧ମାସ ପୂର୍ବରୁ ରାଜ୍ୟ ଉଚ୍ଚଶିକ୍ଷା ମନ୍ତ୍ରୀ ଭାବେ ଦାୟିତ୍ୱ ନେଇଥିବା ରେଢ଼ାଖୋଲ ବିଧାୟକ ରୋହିତ ପୂଜାରୀଙ୍କୁ ଆଜି ମନ୍ତ୍ରୀ ପଦ ହରାଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସୁପାରିଶ ଆଧାରରେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ତାଙ୍କୁ ମନ୍ତ୍ରିମଣ୍ଡଳରୁ ବାଦ୍ ଦେଇଛନ୍ତି ।ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ବିଭିନ୍ନ ବିଭାଗର ବାର୍ଷିକ ପ୍ରଦର୍ଶନ ଆଧାରରେ ରୋହିତ ପୂଜାରୀଙ୍କ ନେତୃତ୍ୱାଧୀନ ଉଚ୍ଚଶିକ୍ଷା ବିଭାଗର ପ୍ରଦର୍ଶନ ସବୁଠୁ ଖରାପ ଥିବାରୁ ତାଙ୍କୁ ମନ୍ତ୍ରୀ ପଦ ହରାଇବାକୁ ପଡ଼ିଛି ବୋଲି କୁହାଯାଉଛି । ମାତ୍ର ଶ୍ରୀ ପୂଜାରୀ ପ୍ରଥମଥର ପାଇଁ ନବୀନଙ୍କ ମନ୍ତ୍ରିମଣ୍ଡଳରେ ସାମିଲ ହୋଇଥିଲେ ଓ ଗତବର୍ଷ ଜୁନ୍ ୫ତାରିଖରେ ବିଭାଗର ଦାୟିତ୍ୱ ନେଇଥିଲେ । ଆଉ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ତାଙ୍କ ବିଭାଗର ସମୀକ୍ଷା ଚଳିତବର୍ଷ ମେ’ ୨୫ତାରିଖରେ କରିବା ସମୟରେ ଉଚ୍ଚଶିକ୍ଷା ବିଭାଗର କାର୍ଯ୍ୟକୁ ପ୍ରଶଂସା କରିଥିଲେ । କିନ୍ତୁ ଅଚାନକ ଶ୍ରୀ ପୂଜାରୀଙ୍କୁ ବାଦ୍ ଦେବା ପାଇଁ ବିଭାଗର କାର୍ଯ୍ୟର ପ୍ରଦର୍ଶନର ଆଳ ଦିଆଯିବାକୁ ନେଇ ପାୱାର କରିଡରରେ ଚର୍ଚ୍ଚା ଆରମ୍ଭ ହୋଇଛି ।