19.1 C
Bhubaneswar
Monday, January 20, 2025
Homeଓଡିଶାଗ୍ୟାସ ଦର ହ୍ରାସ ଦାବିରେ ରାଜଭବନ ସମ୍ମୁଖରେ ଧାରଣା ଦେବ ବିଜେଡି

ଗ୍ୟାସ ଦର ହ୍ରାସ ଦାବିରେ ରାଜଭବନ ସମ୍ମୁଖରେ ଧାରଣା ଦେବ ବିଜେଡି

 ନଅ ବର୍ଷରେ ୩ ଗୁଣା ବଢିଲାଣି ଏଲ୍‍ପିଜି ଦର
 ୨୦୧୪ରେ ଗ୍ୟାସ ସିଲିଣ୍ଡର ଦର ଥିଲା ୪୧୦ ଟଙ୍କା
 ଦର ବୃଦ୍ଧି ଯୋଗୁଁ ଲୋକେ ଫେରାଇଲେଣି ଉଜ୍ୱଳା ସଂଯୋଗ
ଭୁବନେଶ୍ୱର, : ରନ୍ଧନ ଗ୍ୟାସ ଭଳି ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀର ଯେଭଳି ଅହେତୁକ ଦରବୃଦ୍ଧି ଘଟୁଛି ଏବଂ ଏହାକୁ ହ୍ରାସ ପାଇଁ ବାରମ୍ବାର ଦାବି କରାଗଲେ ସୁଦ୍ଧା କେନ୍ଦ୍ର ସରକାର ନିରବ ରହୁଛନ୍ତି ତାହାର ପ୍ରତିବାଦରେ ଆସନ୍ତାକାଲି (୧୪/୦୬/୨୦୨୩) ପୂର୍ବାହ୍ନ ୧୦ ଘଟିକା ସମୟରେ ରାଜଭବନ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଧାରଣା ଦିଆଯିବ ବୋଲି ବିଜେଡି ମୁଖପାତ୍ର ଶ୍ରୀମତୀ ଶ୍ରୀମୟୀ ମିଶ୍ର ସୂଚନା ଦେଇଛନ୍ତି ।
ଆଜି ଏଠାରେ ସାମ୍ବାଦିକମାନଙ୍କୁ ସୂଚନା ଦେଇ ଶ୍ରୀମତୀ ମିଶ୍ର କହିଛନ୍ତି ଯେ ରନ୍ଧନ ଗ୍ୟାସର ଦରବୃଦ୍ଧି ଯୋଗୁଁ କେନ୍ଦ୍ର ସରକାରଙ୍କ ଉଜ୍ୱଳା ଯୋଜନା ଅନ୍ଧାର ଯୋଜନାରେ ପରିଣତ ହୋଇଛି । ୨୦୧୪ ମସିହାରେ ଯେଉଁ ରନ୍ଧନଗ୍ୟାସ ସିଲିଣ୍ଡର ପିଛା ଦର ୪୧୦ ଟଙ୍କା ଥିଲା ତାହା ଏବେ ୧୧୩୦ ଟଙ୍କାରେ ପହଞ୍ଚିଛି । ନଅ ବର୍ଷରେ ଗ୍ୟାସ ଦର ୩ ଗୁଣା ବଢିଗଲାଣି । ଫଳରେ ଓଡିଶାର ଅନେକ ପରିବାର ଏବେ ସେମାନଙ୍କର ଉଜ୍ୱଳା ସିଲିଣ୍ଡର ଫେରାଇବାରେ ଲାଗିଛନ୍ତି ।
ରାଜ୍ୟର ମା’ ଏବଂ ଭଉଣୀମାନଙ୍କ ପାଇଁ ସର୍ବଦା କାମ କରୁଥିବା ବିଜୁ ଜନତା ଦଳ ତୁରନ୍ତ ଏଲ୍‍ପିଜି ଗ୍ୟାସ ଦର ହ୍ରାସ ପାଇଁ ଦାବି କରି ଆସୁଛି । ହେଲେ କେନ୍ଦ୍ର ସରକାର ଏଥିପ୍ରତି କର୍ଣ୍ଣପାତ କରୁନାହାନ୍ତି । ଏଭଳି ଦରବୃଦ୍ଧି ତୁରନ୍ତ ପ୍ରତ୍ୟାହାର ଦାବିରେ ବିଜେଡି ପକ୍ଷରୁ ଆସନ୍ତାକାଲି ରାଜଭବନ ସମ୍ମୁଖରେ ଧାରଣା ଦିଆଯିବ । ଯଦି କେନ୍ଦ୍ର ସରକାର ଗ୍ୟାସ ଦର ତୁରନ୍ତ ହ୍ରାସ ନକରନ୍ତି ତେବେ ଆଗାମୀ ଦିନରେ ବିଜୁ ଜନତା ଦଳ ଏହି ପ୍ରତିବାଦ ରାଜ୍ୟର ସମସ୍ତ ଆରଡିସି, ଜିଲ୍ଲାପାଳ, ବ୍ଲକ, ପଞ୍ଚାୟତ ଓ ଗାଁ ସ୍ତରରେ କରିବ ବୋଲି ଶ୍ରୀମତୀ ମିଶ୍ର ସୂଚନା ଦେଇଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking