24.1 C
Bhubaneswar
Tuesday, October 22, 2024
Homeଓଡିଶାଗରମରୁ ମିଳିଲା ଆଶ୍ୱସ୍ତି: ଓଡିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ

ଗରମରୁ ମିଳିଲା ଆଶ୍ୱସ୍ତି: ଓଡିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ

ଭୁବନେଶ୍ୱର : ଭିଜିଲା ରାଜ୍ୟ। ଅସହ୍ୟ ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ୱସ୍ତି। ରାଜ୍ୟରେ ଆରମ୍ଭ ହୋଇଯାଇଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବର୍ଷା । ମାଲକାନଗିରି ସହ କୋରାପୁଟ ଓ ଗଜପତି ଜିଲ୍ଲାର କେତେକ ଭାଗରେ ମୌସୁମୀ ପ୍ରବେଶ କରିଛି। ଦିନେ ୨ ଦିନ ମଧ୍ୟରେ ସାରା ରାଜ୍ୟକୁ ମୌସୁମୀ ବାୟୁ ଛୁଇଁବ ବୋଲି ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ଆଗାମୀ ୪ରୁ ୫ଦିନରେ ରାଜ୍ୟର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ଓ ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ଆଜି ଜଗତସିଂହପୁର, କେନ୍ଦ୍ରାପଡ଼ା, ପୁରୀ, ଗଞ୍ଜାମ ଓ କନ୍ଧମାଳରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି। ସେହିପରି ଦକ୍ଷିଣ ଓଡ଼ିଶାର ସମସ୍ତ ଜିଲ୍ଲା ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି କୁହାଯାଇଛି। କେତେକ ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଏହା ଫଳରେ ଆଗାମୀ ୪ରୁ ୫ଦିନ ମଧ୍ୟରେ ରାଜ୍ୟର ତାପମାତ୍ରା ୩ରୁ ୫ଡିଗ୍ରା ପର୍ଯ୍ୟନ୍ତ କମିପାରେ। ସେପଟେ ପଶ୍ଚିମ- କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ। ଏହା ଘନୀଭୂତ ହୋଇ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking