29.1 C
Bhubaneswar
Friday, October 18, 2024
Homeଓଡିଶାଆଜିଠାରୁ ଚଳିତ ବର୍ଷର ମାଟ୍ରିକ୍ ସପ୍ଲିମେଣ୍ଟାରି ପରୀକ୍ଷା

ଆଜିଠାରୁ ଚଳିତ ବର୍ଷର ମାଟ୍ରିକ୍ ସପ୍ଲିମେଣ୍ଟାରି ପରୀକ୍ଷା

କଟକ: ଆଜିଠାରୁ ଆରମ୍ଭ ହେଉଛି ମାଧ୍ୟମିକ ଶିକ୍ଷା ପରିଷଦ(‌ବୋର୍ଡ) ଦ୍ବାରା ପରିଚାଳିତ ଚଳିତ ବର୍ଷର ମାଟ୍ରିକ୍ ସପ୍ଲିମେଣ୍ଟାରି ଓ ରାଜ୍ୟ ମୁକ୍ତବିଦ୍ୟାଳୟ ସାର୍ଟିଫିକେଟ୍ ପରୀକ୍ଷା।ସକାଳ ୯ଟାରୁ ୧୧ଟା ମାଟ୍ରିକ୍ ସପ୍ଲିମେଣ୍ଟାରି ଓ ତାପରେ ରାଜ୍ୟ ମୁକ୍ତବିଦ୍ୟାଳୟ ସାର୍ଟିଫିକେଟ୍ ପରୀକ୍ଷା ଅନୁଷ୍ଠିତ ହେଉଛି। ଏହା ଜୁଲାଇ ୩ତାରିଖରୁ ଜୁଲାଇ ୮ତାରିଖ ପର୍ଯ୍ୟନ୍ତ ରାଜ୍ୟର ୮୦ଟି ପରୀକ୍ଷା କେନ୍ଦ୍ରରେ ଅନୁଷ୍ଠିତ ହେଉଛି। ମାଟ୍ରିକ୍ ସପ୍ଲିମେଣ୍ଟାରି ପରୀକ୍ଷା ପାଇଁ ୧୩୧୧ ଜଣ ଓ ରାଜ୍ୟ ମୁକ୍ତବିଦ୍ୟାଳୟ ସାର୍ଟିଫ‌ିକେଟ୍ ପରୀକ୍ଷା ପାଇଁ ୮୯୧୫ଜଣ ପରୀକ୍ଷାର୍ଥୀ ଫର୍ମପୂରଣ କରିଛନ୍ତି। ଆଜି ସକାଳୁ ପରୀକ୍ଷାର୍ଥୀମାନେ ଶୃଙ୍ଖଳିତ ଢଙ୍ଗରେ ଆସି ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେଉଥିବା ଦେଖିବାକୁ ମିଳିଛି। ଉଭୟ ସପ୍ଲିମେଣ୍ଟାରି ଓ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ୍ ପରୀକ୍ଷାର୍ଥୀଙ୍କ ଆଡମିଟ୍ କାର୍ଡ ବୋର୍ଡ ୱେବ୍‌ସାଇଟ୍ www.bseodisha.ac.in ରେ ଉପଲବ୍ଧ ହୋଇଛି। ବିଦ୍ୟାଳୟର ମୁଖ୍ୟମାନେ ନିଜ ନିଜ ଛାତ୍ରଛାତ୍ରୀଙ୍କ ଆଡ୍‌ମିଟ୍ କାର୍ଡକୁ ଡାଉନ୍‌ଲୋଡ୍‌ କରି ପରୀକ୍ଷାର୍ଥୀଙ୍କୁ ପ୍ରଦାନ କରିସାରିଛନ୍ତି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking