ଭୁବନେଶ୍ବର: ରାଜ୍ୟରେ ଆଗାମୀ ୪ଦିନ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଦକ୍ଷିଣ, ଉପକୂଳ, ପଶ୍ଚିମ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାବେଳେ ୬ରୁ ବର୍ଷା ପରିମାଣ ବଢ଼ିବାର ସମ୍ଭାବନା ରହିଛି । କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଏହି ସମୟ ମଧ୍ୟରେ ମୌସୁମୀ ସ୍ୱାଭାବିକ ସ୍ଥିତିରେ ରହିବ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ଉତ୍ତର ଆନ୍ଧ୍ର ଉପକୂଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୪ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲ୍ଲାର କିଛି ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଉପରୋକ୍ତ ଜିଲା ଗୁଡିକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।