32.1 C
Bhubaneswar
Saturday, October 19, 2024
Homeଓଡିଶାଦକ୍ଷିଣ ଓଡ଼ିଶାର ୬ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଦକ୍ଷିଣ ଓଡ଼ିଶାର ୬ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ପଶ୍ଚିମ- କେନ୍ଦ୍ରୀୟ ଓ ତତ-ସଂଲଗ୍ନ ଉତ୍ତର- ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳର ବାୟୁମଣ୍ଡଳରେ, ସମୁଦ୍ର ପତ୍ତନ ଠାରୁ ୫.୮ ରୁ ୭.୬ କିମି ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ସକ୍ରିୟ ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ସମାନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ମିଳିଥିବା ସୂଚନା ଅନୁସାରେ ମୌସୁମୀ ନିମ୍ନଚାପ ରେଖା ଆଜି ଗୁଜୁରାଟର ଦେସାରୁ ବାହାରି ଇନ୍ଦୋର, ଦାମୋହ, ପେନ୍ଦ୍ରାରୋଡ଼ ଏବଂ ଓଡ଼ିଶାର ଗୋପାଳପୁରରୁ ପୂର୍ବ- ଦକ୍ଷିଣ- ପୂର୍ବ ଦିଗରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଯାଏଁ ଲମ୍ବିଛି । ଏହା ସମୁଦ୍ର ପତ୍ତନ ଠାରୁ ବାୟୁମଣ୍ଡଳର ୧.୫ କିମି ଉଚ୍ଚତା ଯାଏଁ ବ୍ୟାପିଛି । ଏହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ସୃଷ୍ଟି ହେବାକୁ ଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ଆସନ୍ତା ୨୬ ତାରିଖ ବେଳକୁ ଅବପାତର ରୂପ ନେବା ସମ୍ଭାବନା ରହିଛି ।

ତେବେ ଏନେଇ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍ ମଙ୍ଗଳବାର ଅପରାହ୍ନ ସୁଦ୍ଧା ଦକ୍ଷିଣ ଓଡ଼ିଶାର ୬ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଏହି ସମୟ ମଧ୍ୟରେ ରାଜ୍ୟର ଗଞ୍ଜାମ, ଗଜପତି, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ପ୍ରଭୃତି ୬ ଜିଲ୍ଲାରେ ପ୍ରବଳ ବର୍ଷାର (୭ରୁ ୧୧ ସେମି) ସମ୍ଭାବନା ରହିଛି । ସେଥିପାଇଁ ଏହି ସମସ୍ତ ଜିଲ୍ଲାକୁ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି । ଅନ୍ୟପକ୍ଷରେ କଟକ ଓ ଭୁବନେଶ୍ୱର ସମେତ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ମଧ୍ୟମ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଜାରି ସୂଚନାରେ କୁହାଯାଇଛି । ସେହିପରି ସୋମବାର ହୀରାକୁଦ ଡ୍ୟାମର ପୁଣି ୩ ଗେଟ୍ ଖୋଲାଯାଇଛି । ଏହି ୩ ଗେଟ୍ ଖୋଲାଯିବା ପରେ ସନ୍ଧ୍ୟା ୬ଟା ସୁଦ୍ଧା ମୋଟ ୮ ଗେଟ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି । ଡ୍ୟାମ୍‌ର ବାମ ପାର୍ଶ୍ୱର ୬ ଓ ଡାହାଣ ପାର୍ଶ୍ୱର ୨ ଗେଟ ଦେଇ ବନ୍ୟା ପାଣି ନିଷ୍କାସିତ ହେଉଛି । ବର୍ତ୍ତମାନ ହୀରାକୁଦ ମଧ୍ୟକୁ ୧ ଲକ୍ଷ ୩୮ ହଜାର ୩୩୫ କ୍ୟୁସେକ ଜଳ ପ୍ରବେଶ କରୁଥିବା ବେଳେ ୧ ଲକ୍ଷ ୬୨ ହଜାର ୪୧୦ କ୍ୟୁସେକ ଜଳ ନିଷ୍କାସିତ ହେଉଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking