28.1 C
Bhubaneswar
Friday, September 20, 2024
Homeଓଡିଶାପଛୁଆ ବର୍ଗଙ୍କୁ କେନ୍ଦ୍ରର ଓବିସି ସୂଚୀରେ ସାମିଲ କରିବା ପାଇଁ ଅନୁରୋଧ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର...

ପଛୁଆ ବର୍ଗଙ୍କୁ କେନ୍ଦ୍ରର ଓବିସି ସୂଚୀରେ ସାମିଲ କରିବା ପାଇଁ ଅନୁରୋଧ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର: ସାମାଜିକ ଓ ଶିକ୍ଷା କ୍ଷେତ୍ରରେ ଓଡ଼ିଶାର ବିଭିନ୍ନ ପଛୁଆ ବର୍ଗଙ୍କୁ କେନ୍ଦ୍ରର ଅନ୍ୟାନ୍ୟ ପଛୁଆ ବର୍ଗ (ଓବିସି) ସୂଚୀରେ ସାମିଲ କରିବା ପାଇଁ ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଓ ସଶକ୍ତିକରଣ ମନ୍ତ୍ରୀ ଡକ୍ଟର ବୀରେନ୍ଦ୍ର କୁମାରଙ୍କ ସହ ନୂଆଦିଲ୍ଲୀ ଠାରେ ଆଲୋଚନା କରିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନଙ୍କ ଉପସ୍ଥିତିରେ ଗଞ୍ଜାମ ଓ ଗଜପତି ଜିଲ୍ଲାରେ ବସବାସ କରୁଥିବା “ରାଜଶ୍ରୀ ବଳାଶି” ସମୁଦାୟର ପ୍ରତିନିଧି ମାନେ ମଧ୍ୟ ଏହି ସଂକ୍ରାନ୍ତରେ ବିଭାଗୀୟ ମନ୍ତ୍ରୀଙ୍କ ନିକଟରେ ନିଜର ଦାବି ଉପସ୍ଥାପନ କରିଛନ୍ତି । ଏହାର ଅନୁମୋଦନ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ପାଇଁ ମନ୍ତ୍ରୀ ଶ୍ରୀ କୁମାର ଆଶ୍ୱସ୍ତ କରିଛନ୍ତି । ଏଥିପାଇଁ କେନ୍ଦ୍ରମନ୍ତ୍ରୀ ତାଙ୍କୁ ସାଧୁବାଦ ଜଣାଇଛନ୍ତି ।

କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଟ୍ୱିଟ୍ କରି କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ଦୂରଦର୍ଶୀ ନେତୃତ୍ୱରେ ଦେଶର ପଛୁଆ ଏବଂ ଆର୍ôଥକ ଦୃଷ୍ଟିରୁ ପଛୁଆ ବର୍ଗର ଲୋକ ମାନଙ୍କର ଉନ୍ନତି ପାଇଁ ମୋଦି ସରକାର ପ୍ରତିଶ୍ରୁତିବଦ୍ଧ । ଅନ୍ୟାନ୍ୟ ପଛୁଆ ବର୍ଗ ନିମନ୍ତେ ଉଦ୍ଦିଷ୍ଟ ଜାତୀୟ କମିଶନ ଏବଂ ସଂରକ୍ଷଣ ବ୍ୟବସ୍ଥାରେ ବିଭିନ୍ନ ପଛୁଆ ବର୍ଗଙ୍କୁ ସାମିଲ କରାଯାଇ ସେମାନଙ୍କ ସାମ୍ବିଧାନିକ ଅଧିକାରକୁ ସୁନିଶ୍ଚିତ କରାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking