30.1 C
Bhubaneswar
Monday, October 28, 2024
Homeଓଡିଶାଆଜିର ଅନୁଚିନ୍ତା

ଆଜିର ଅନୁଚିନ୍ତା

ଆପଣ ଭାଗ୍ୟ ଉପରେ ଯେତିକି ବିଶ୍ବାସ କରିବେ ସେ ଆପଣକୁ ସେତିକି ନିରାଶ କରିବ, ତେଣୁ ସର୍ବଦା କର୍ମ ଉପରେ ବିଶ୍ବାସ କରନ୍ତୁ ସବୁବେଳେ ଆପଣ ଆଶା କରିଥିବା ପ୍ରାପ୍ୟ ଠାରୁ ନିଶ୍ଚୟ ଅଧିକ ମିଳିବ ll

ସମୟ, ଯଶ ,ଧନ,ଟଙ୍କା ଏବଂ ଯୌବନ ସବୁବେଳେ ଭାଗ୍ୟସହ ସହଯୋଗ କରିନଥାନ୍ତି କିନ୍ତୁ ସତ୍ କର୍ମ, ଉତ୍ତମ ବୁଝାମଣା, ଏବଂ ସକରାତ୍ମକ ଚିନ୍ତାଧାରା ସବୁବେଳେ ଆମ ଭାଗ୍ୟକୁ ସହଯୋଗ କରିଥାନ୍ତି ll

ତେଣୁକରି ତ ନର୍ମଳ ହୃଦୟ ଓ ସତ୍ୟବଚନ କହୁଥିବା ବ୍ୟକ୍ତି ହିଁ ଏ ଦୁନିଆରେ ସବୁବେଳେ ଏକା ହୋଇ ହିଁ ରହିଥାନ୍ତି ll
ଜୟ ଜଗନ୍ନାଥ

ଅଦ୍ୟ ଅଗଷ୍ଟ ମାସ ୦୯ ତାରିଖ ୨୦୨୩ ମସିହା(ବୁଧବାର)

ଶକାବ୍ଦ -୧୯୪୫

ସମ୍ବତ -୨୦୮୦

ଦିଲ୍ଲୀସ୍ୱରାଦ୍ଧ-୧୪୩୦

ସମ୍ବତ୍ସର-ପିଙ୍ଗଳ

ଶ୍ରାବଣମାସ-ମଳ କୃଷ୍ଣପକ୍ଷ

ତିଥି- ନବମୀ ରାତ୍ରି ଘ୦୪/୦୪ ପର୍ୟ୍ୟନ୍ତ ତଦନ୍ତେ ଦଶମୀ

ନକ୍ଷତ୍ର- କୃତ୍ତିକା ରାତ୍ରି ଘ୦୩/୦୫ ପର୍ୟ୍ୟନ୍ତ ତଦନ୍ତେ ରୋହିଣୀ

ଚନ୍ଦ୍ର-ମେଷ ଦିବା ଘ୦୮/୨୧ ପର୍ୟ୍ୟନ୍ତ ତଦନ୍ତେ ବୃଷ

ଯୋଗ- ବୃଦ୍ଧି

କରଣ – ତୈତିଳ

ସୌରମାସ- କର୍କଟ ୨୪ ଦିନ

✧═════•❁❀❁•═════✧

ସୁର୍ୟୋଦୟ-ପ୍ରାତଃ ଘ୦୫/୩୦/୫୦

ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୧୪/୫୧

*✧═════•❁❀

ଯୋଗିନୀ ପୂର୍ବେ

ନବମୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ

ବିଛା ରାଶିର ଘାତଚନ୍ଦ୍ର

କର୍କଟ ରାଶିର ଘାତବାର

✧═════•❁❀❁•═══

କାଳବେଳା -ଦିବା ଘ୦୮/୪୦ଗତେ ଘ୧୦/୧୭ମଧ୍ୟେ

ବାରବେଳା – ଦିବା ଘ୧୧/୫୨ ଗତେ ଘ୦୧/୨୮ ମଧ୍ୟେ

══•❁❀❁•═

ବିଶୁଦ୍ଧ ଅମୃତ ବେଳ। – ଦିବା ଘ୦୭/୦୫ ମଧ୍ୟେ ଓ ରାତ୍ରି ଘ୦୭/୦୨ ଗତେ ଘ୦୯/୨୮ ମଧ୍ୟେ

ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ନାସ୍ତି

═✧*══•❁❀❁•═════✧

ଅଦ୍ୟ ଲାଉ ଭକ୍ଷଣ ନିଷେଧ

═✧══•❁❀❁•═════

✧═════•❁❀❁•═════✧

ଆଜିର ରାଶିଫଳ*

✧═════•❁❀❁•═════✧

ମେଷ: ଆଜି ଦାମ୍ପତ୍ୟ ଜୀବନରେ ସୁଖ ଅନୁଭବ କରିବେ। ପାରିବାରିକ ସଦସ୍ୟ ଏବଂ ନିକଟସ୍ଥ ବନ୍ଧୁମାନଙ୍କ ସହିତ ଉତ୍ତମ ଭୋଜନ କରିବାର ସୁଯୋଗ ମିଳିବ। ଛୋଟ ଯାତ୍ରାର ଆୟୋଜନ ହୋଇପାରେ। ସ୍ଵାସ୍ଥ୍ୟ ଭଲ ରହିବ।ସ୍ନେହୀଜନ ମାନଙ୍କଠାରୁ ଶୁଭ ସମାଚାର ମିଳିପାରେ।

✧═════•❁❀❁•═════✧

ବୃଷ: ଆଜି ଆପଣଙ୍କ ଅଧୂରା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ ତଥା କାର୍ଯ୍ୟରେ ସଫଳତା ଏବଂ ଯଶ ପ୍ରାପ୍ତି ହେବ। ଘରେ ଶାନ୍ତି ଏବଂ ଆନନ୍ଦର ବାତାବରଣ ରହିବ। ସ୍ଵାସ୍ଥ୍ୟ ଭଲ ରହିବ। ଆର୍ଥିକ ଲାଭ ହେବ। ଅଫିସ୍ ରେ ମନମାଳିନ୍ୟ ହୋଇପାରେ। ତେଣୁ ସାବଧାନ ରହିବା ଆବଶ୍ୟକ ଅଟେ।

✧═════•❁❀❁•═════✧

ମିଥୁନ: ଦିନର ଆରମ୍ଭ ଚିନ୍ତା ଏବଂ ଉଦ୍ଵେଗ ସହିତ ହେବ। ସ୍ଵାସ୍ଥ୍ୟକୁ ନେଇ କରି ମଧ୍ୟ ଅସୁବିଧା ହୋଇପାରେ। ଆକସ୍ମିକ ଧନ ଖର୍ଚ୍ଚ ହୋଇପାରେ। ପ୍ରେମ ପ୍ରସଂଗରେ ମନମାଳିନ୍ୟ ହୋଇପାରେ। ଯାତ୍ରାରେ ଅସୁବିଧା ଆସିପାରେ।

✧═════•❁❀❁•═════✧

କର୍କଟ: ନକାରାତ୍ମକ ବିଚାର ହତାଶା ସୃଷ୍ଟି କରିବ। ଶାରୀରିକ ଏବଂ ମାନସିକ ରୂପରେ ଅସୁସ୍ଥତା ଅନୁଭବ କରିବେ। ମାତା-ପିତାଙ୍କର ସହିତ ମତଭେଦ ହୋଇପାରେ। ଜମି, ବାସଗୃହ ତଥା ବାହନ ଆଦିର କାଗଜପତ୍ରରେ ସାବଧାନ ରହିବେ।

✧═════•❁❀❁•═════✧

ସିଂହ: ଆଜି ବିନା ଭାବି ବିଚାରି କୌଣସି କାର୍ଯ୍ୟ କରନ୍ତୁ ନାହିଁ। କାର୍ଯ୍ୟରେ ସଫଳତା ସେତେବେଳେ ଆପଣଙ୍କୁ ମିଳିବ ଯେତେବେଳେ, ପ୍ରତିଯୋଗୀମାନଙ୍କୁ ପରାସ୍ତ କରି ପାରିବେ। ଭାଇବନ୍ଧୁ ଏବଂ ପଡ଼ୋଶୀମାନଙ୍କ ସହିତ ଖୂବ ଭଲ ସମ୍ବନ୍ଧ ରହିବ। ଆର୍ଥିକ ଲାଭ ମଧ୍ୟ ହେବ।

✧═════•❁❀❁•═════✧

କନ୍ୟା: ଆପଣଙ୍କ ଅନିୟନ୍ତ୍ରିତ ବାଣୀ କାହା ସହିତ ମନମାଳିନ୍ୟ କରାଇପାରେ। ଦ୍ୱନ୍ଦ୍ୱରେ ଫସିଥିବା ମନ ଆପଣଙ୍କୁ କୌଣସି ଠୋସ ନିର୍ଣ୍ଣୟ ନେବାକୁ ଦେବ ନାହିଁ। ମହତ୍ତ୍ଵପୂର୍ଣ୍ଣ ନିର୍ଣ୍ଣୟ ନେବା ପୂର୍ବରୁ ଭାବି ବିଚାରି ନିଅନ୍ତୁ। ସ୍ଵାସ୍ଥ୍ୟ ପ୍ରତି ଧ୍ୟାନ ରଖିବେ।

✧═════•❁❀❁•═════✧

ତୁଳା: ମନରେ ଖୁସି ଏବଂ ପ୍ରଫୁଲ୍ଲିତ ରହିବେ। କୁଟୁମ୍ବ ଏବଂ ମିତ୍ରମାନଙ୍କ ସହିତ ଉତ୍ତମ ଭୋଜନ, ଯାତ୍ରା କିମ୍ବା ସାକ୍ଷାତର ସୁଯୋଗ ମିଳିବ। ଜୀବନସାଥୀଙ୍କ ସହିତ ଆତ୍ମୀୟତାର ସୁଯୋଗ ଆସିବ। ଆର୍ଥିକ ଲାଭ ହେବ। ଶୁଭ ସମାଚାର ପ୍ରାପ୍ତ ହେବ।

✧═════•❁❀❁•═════✧

ବିଛା: ଆଜିର ଦିନ ଆପଣଙ୍କପାଇଁ ଟିକେ କଷ୍ଟଦାୟକ ହୋଇପାରେ। ସ୍ଵାସ୍ଥ୍ୟ ଖରାପ ହୋଇପାରେ। ପାରିବାରିକ ସଦସ୍ୟମାନଙ୍କ ସହିତ କଳହ କାରଣରୁ ମନ ଦୁଃଖୀ ହେବ। କୋର୍ଟ-କଚେରୀ ମାମଲାରେ ସାବଧାନ ରହିବେ। ଅଧିକ ଖର୍ଚ୍ଚ ହେବାରୁ ଆର୍ଥିକ ଅସୁବିଧା ଆସିପାରେ।

✧═════•❁❀❁•═════✧

ଧନୁ: ଜୀବନର ପ୍ରତ୍ୟେକ କ୍ଷେତ୍ରରେ ଆଜିର ଦିନ ଲାଭକାରୀ ପ୍ରମାଣିତ ହେବ। ମିତ୍ର ତଥା ବନ୍ଧୁମାନଙ୍କ ସହିତ ବାହରକୁ ଯାତ୍ରା କରିପାରନ୍ତି। ମାଙ୍ଗଳିକ ପ୍ରସଙ୍ଗରେ ଉପସ୍ଥିତ ହେବେ। ମହିଳା ମିତ୍ର ତଥା ପତ୍ନୀ ଏବଂ ପୁତ୍ର ଲାଭ ହେବ। ବୈବାହିକ ସମସ୍ୟାର ସମାଧାନ ହେବ।

✧═════•❁❀❁•═════✧

ମକର: ଆପଣଙ୍କ ପ୍ରତ୍ୟେକ କାର୍ଯ୍ୟ ନିର୍ଵିଘ୍ନରେ ସମ୍ପୂର୍ଣ୍ଣ ହେବ, ଯେଉଁଥିରେ ଆପଣ ଖୁସି ରହିବେ। ଚାକିରି-ବ୍ୟବସାୟ କ୍ଷେତ୍ରରେ ପରିସ୍ଥିତି ଅନୁକୂଳ ରହିବ ଏବଂ କାର୍ଯ୍ୟରେ ସଫଳତା ମିଳିବ। ଗୃହସ୍ଥ ଜୀବନରେ ଆନନ୍ଦ ରହିବ। ଧନ ପ୍ରାପ୍ତି ଏବଂ ପଦୋନ୍ନତିର ଯୋଗଅଛି।

✧═════•❁❀❁•═════✧

କୁମ୍ଭ: ଆଜି ମାନସିକ ଅସୁସ୍ଥତା ଆପଣଙ୍କୁ ଅସୁବିଧା କରିପାରେ। ସ୍ଵାସ୍ଥ୍ୟ ସମ୍ବନ୍ଧରେ ଅଭିଯୋଗ ରହିବ। ଚାକିରିରେ ଉଚ୍ଚ ଅଧିକାରୀମାନଙ୍କ ସହିତ ସାବଧାନ ପୂର୍ବକ କାର୍ଯ୍ୟ କରନ୍ତୁ। ସନ୍ତାନମାନଙ୍କର ସମସ୍ୟା ଆପଣଙ୍କୁ ଚିନ୍ତିତ କରିପାରେ। ପ୍ରତିଦ୍ୱନ୍ଦୀ ନିଜର ଚାଲରେ ସଫଳ ହେବେ।

✧═════•❁❀❁•═════✧

ମୀନ: ଆଧ୍ୟାତ୍ମିକତା ପ୍ରତି ଆକର୍ଷଣ ବଢ଼ିବ। ବାଣୀ ତଥା ବ୍ୟବହାର ଉପରେ ନିୟନ୍ତ୍ରଣ ରଖିଲେ ବହୁତ ଭ୍ରମଧାରଣାରୁ ବଞ୍ଚିତ ହୋଇପାରିବେ। ଅଚାନକ ଧନ ଲାଭ ହେବ। ଶତ୍ରୁମାନଙ୍କଠାରୁ ବଞ୍ଚିକରି ରୁହନ୍ତୁ। ମହିଳା ଏବଂ ପାଣିକୁ ସଂଭାଳିକିରି ରୁହନ୍ତୁ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking