25.1 C
Bhubaneswar
Thursday, December 26, 2024
Homeଓଡିଶାଆଖି ବୁଜିଲେ ସ୍ୱାଧୀନତା ସଂଗ୍ରାମୀ ମକର ଚରଣ ଦାସ

ଆଖି ବୁଜିଲେ ସ୍ୱାଧୀନତା ସଂଗ୍ରାମୀ ମକର ଚରଣ ଦାସ

କଟକ: ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ମକର ଚରଣ ଦାସ ଆଉ ନାହାନ୍ତି । ୯୯ ବର୍ଷ ବୟସରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି । ଆଜି ସକାଳ ପ୍ରାୟ ୬.୪୦ରେ କଟକ ବଡ ମେଡିକାଲରେ ତାଙ୍କର ବୟୋଗ ଘଟିଛି । ସେ କିଛି ଦିନ ହେବ  ବାର୍ଦ୍ଧକ୍ୟ ଜନିତ ଅସୁସ୍ଥତା ଯୋଗୁଁ କଟକ ଏସ୍‌.ସି.ବି ମେଡିକାଲ କଲେଜ ଓ ହସପିଟାଲରେ ଚିକିତ୍ସିତ ହେଉଥିଲେ ।

ସ୍ୱର୍ଗତ ମକର ଚରଣ ଦାସଙ୍କ ନିଜ ଘର କେନ୍ଦ୍ରାପଡା ଜିଲ୍ଲା ଡେରାବିଶ ବ୍ଲକର ଛେଟ ଗାଁ ହାଟବନପୁରରେ । ମହାତ୍ମା ଗାନ୍ଧିଙ୍କ ଡାକରାରେ ସେ ସ୍ୱାଧୀନତା ସଂଗ୍ରାମରେ ଯୋଗ ଦେଇ ବ୍ରିଟିଶ ଶାସନ ବିରୁଦ୍ଧରେ ଲଢିଥିଲେ । ଏଥିପାଇଁ ତାଙ୍କୁ କାରାବରଣ କରିବାକୁ ପଡିଥିଲା । ସ୍ୱାଧୀନତା ସଂଗ୍ରାମରେ ତାଙ୍କର ଅବଦାନ ପାଇଁ  ୨୦୨୦ ଅଗଷ୍ଟ କ୍ରାନ୍ତି ଦିବସରେ ତାଙ୍କୁ ରାଷ୍ଟ୍ରପତିଙ୍କ ଦ୍ୱାରା ସମ୍ମାନିତ କରାଯାଇଥିଲା । ତାଙ୍କର ମୃତ୍ୟୁରେ ଡେରାବିଶ ତଥା କେନ୍ଦ୍ରାପଡା ଜିଲ୍ଲାରେ ଶୋକର ଲହରୀ ଖେଳି ଯାଇଥିଲା ।

ତାଙ୍କ ବିୟୋଗରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ,ସମବାୟ,ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି  ।ମନ୍ତ୍ରୀ ଶ୍ରୀ ନାୟକ ଏକ ଶୋକବାର୍ତ୍ତାରେ କହିଛନ୍ତି, କେନ୍ଦ୍ରାପଡା ଜିଲ୍ଲାର ଗର୍ବ ଓ ଗୌରବ ବର୍ଷିୟାନ ସ୍ୱାଧୀନତା ସଂଗ୍ରାମୀ ସ୍ୱର୍ଗତ ମକରନ୍ଦ ଦାସ ଗାନ୍ଧୀଜୀଙ୍କ ଡାକରାରେ ମୁକ୍ତି ଯୁଦ୍ଧରେ ସାମିଲ ହୋଇଥିଲେ ଏବଂ ବ୍ରିଟିଶ୍ ରାଜ୍ ବିରୁଦ୍ଧରେ ସଂଗ୍ରାମକରି କାରାବରଣ କରିଥିଲେ  । ସେ ଜଣେ ସତ୍ୟନିଷ୍ଠ ପରୋପକାରୀ ବନ୍ଧୁବଚ୍ଛଳ ବ୍ୟକ୍ତି ଥିଲେ ଓ ମନ୍ତ୍ରୀ ଶ୍ରୀ ନାୟକ ତାଙ୍କ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଇବା ସହିତ ସ୍ୱର୍ଗତ ଆତ୍ମାର ସଦ୍ଗତି ନିମନ୍ତେ ଇଶ୍ୱରଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି  ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking