26.1 C
Bhubaneswar
Tuesday, October 22, 2024
Homeଓଡିଶାଆଜି ୧୫ ଜିଲ୍ଲାରେ ପ୍ରବଳ ବର୍ଷିବ !

ଆଜି ୧୫ ଜିଲ୍ଲାରେ ପ୍ରବଳ ବର୍ଷିବ !

ଭୁବନେଶ୍ୱର: ଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ-ଓଡିଶା ଉପକୂଳସ୍ଥ ସମୁଦ୍ର ମଧ୍ୟରେ ଆଜି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ଆଗାମୀ ୨ ଦିନ ଯାଏଁ ଉତ୍ତର ଓଡିଶା-ଦକ୍ଷିଣ ଝାଡ଼ଖଣ୍ଡ ମଧ୍ୟ ଦେଇ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରିବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ତେବେ ଆସନ୍ତା ୨୧ ତାରିଖ ଯାଏଁ ବର୍ଷା ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି ।

ଆଜି ରାଜ୍ୟର ୧୫ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଏହି ସବୁ ଜିଲ୍ଲା ଗୁଡି଼କ ହେଲା, ଢେଙ୍କାନାଳ, ‌ଅନୁଗୁଳ, ବୌଦ୍ଧ, ସମ୍ବଲପୁର, ସୋନପୁର, କନ୍ଧମାଳ, କେନ୍ଦ୍ରାପଡ଼ା, ସୁନ୍ଦରଗଡ଼, ଦେବଗଡ଼ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର,ସୋନପୁର, ଭଦ୍ରକ ଓ ଯାଜପୁର ଆଦି ଜିଲ୍ଲାର କେତେକ ଅଞ୍ଚଳରେ ପ୍ରବଳ ବର୍ଷା ହେବା ନେଇ ସମ୍ଭାବନା ରହିଛି ।

ଏହାସହ,  ଢେଙ୍କାନାଳ, ବରଗଡ଼, ଗଜପତି, ବଲାଙ୍ଗୀର, କଳାହାଣ୍ତି , ବାଲେଶ୍ବର, ଭଦ୍ରକ, ଯାଜପୁର, ଖୋର୍ଦ୍ଧା, ଜଗତସିଂହପୁର, ନୟାଗଡ଼ ଓ ଅନୁଗୁଳଆଦି ଜିଲ୍ଲାର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ଯମ ଧରଣର ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର  ପକ୍ଷରୁ ପୂର୍ବାନୁମାନ କରାଯାଇଛି ।  ସେହିପରି ଆସନ୍ତାକାଲିରୁ ବର୍ଷାର ପରିମାଣ ବୃଦ୍ଧି ପାଇବ।  ଆସନ୍ତାକାଲି ପ୍ରବଳ ବର୍ଷା ନେଇ ୧୨ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ  ଓ ୯ ଜିଲ୍ଲାକୁ ଅରେଂଜ ଆଲର୍ଟ   ଜାରି କରାଯାଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking