27.1 C
Bhubaneswar
Friday, September 20, 2024
Homeଓଡିଶାସୃଷ୍ଟିହେଲା ଲଘୁଚାପ; ୩ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷିବ !

ସୃଷ୍ଟିହେଲା ଲଘୁଚାପ; ୩ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷିବ !

ଭୁବନେଶ୍ୱର:  ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଓଡ଼ିଶା ଉପକୂଳରେ ମଙ୍ଗଳବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟିହୋଇଛି । ଏଥିଯୋଗୁ ଆଗାମୀ ୩ ଦିନ ଯାଏ ରାଜ୍ୟରେ ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏନେଇ ସତର୍କ ସୂଚନା ଜାରି କରାଯାଇଛି । ବୁଲେଟିନ୍ ଅନୁସାରେ, ଆଗାମୀ ୨୪ ଘଣ୍ଟା ଭିତରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ପୁରୀ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ଏହି ସବୁ ଜିଲ୍ଲାରେ ୭ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଯାଜପୁର, କଟକ, ଖୋର୍ଦ୍ଧା, ଗଞ୍ଜାମ, ଢ଼େଙ୍କାନାଳ, ଅନୁଗୋଳ, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ସୋନପୁର, ବୌଦ୍ଧ, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking