31.1 C
Bhubaneswar
Friday, October 18, 2024
Homeଓଡିଶା୨୨ରେ ସକ୍ରିୟ ହେବ ବିକ୍ରମ ଓ ପ୍ରଜ୍ଞାନ!

୨୨ରେ ସକ୍ରିୟ ହେବ ବିକ୍ରମ ଓ ପ୍ରଜ୍ଞାନ!

ବେଙ୍ଗାଲୁରୁ: ଚନ୍ଦ୍ରପୃଷ୍ଠରେ ଅବତରଣ କରିଥିବା ଲ୍ୟାଣ୍ଡର ‘ବିକ୍ରମ’ ଓ ରୋଭର ‘ପ୍ରଜ୍ଞାନ’ ଚଳିତମାସ ୨୨ରୁ ପୁଣି ସକ୍ରିୟ ହୋଇପାରେ ବୋଲି ଇସ୍ରୋ ବୈଜ୍ଞାନିକମାନେ ଆଶାବ୍ୟକ୍ତ କରିଛନ୍ତି । ସୂଚନାଯୋଗ୍ୟ ଅଗଷ୍ଟ ୨୩ ସନ୍ଧ୍ୟାରେ ଚନ୍ଦ୍ରଯାନ-୩ ସଫଳତାର ସହ ଚନ୍ଦ୍ରର ଦକ୍ଷିଣ ମେରୁରେ ଅବତରଣ କରିଥିଲା । ଅବତରଣର କିଛି ଘଣ୍ଟା ଏହାପରେ ବିକ୍ରମରୁ ଅଲଗା ହୋଇ ପ୍ରଜ୍ଞାନ ଚନ୍ଦ୍ରପୃଷ୍ଠରେ ବିଚରଣ କରିବା ସହ ଇସ୍ରୋକୁ ବିଭିନ୍ନ ପ୍ରକାର ତଥ୍ୟ ଓ ଫଟୋ ପଠାଇଥିଲା । ତେବେ ଏହି ଦୁଇଟି ଯାନର ନିଜସ୍ୱ ଶକ୍ତି ନଥିବାବେଳେ ସେମାନେ ସୂର୍ଯ୍ୟଙ୍କ କିରଣରୁ ଶକ୍ତି ସଂଗ୍ରହ କରି କାର୍ଯ୍ୟ ସମ୍ପାଦନ କରୁଥିଲେ ।

ତେବେ ଚନ୍ଦ୍ରରେ ରାତି ହେବାଫଳରେ ଚଳିତମାସ ୪ରେ ଉଭୟ ବିକ୍ରମ ଓ ପ୍ରଜ୍ଞାନକୁ ଇସ୍ରୋ ପକ୍ଷରୁ ସ୍ଲିପ୍ ମୋଡ୍‌ରେ ରଖାଯାଇଥିଲା । ୧୪ ଦିନ ପରେ ଚନ୍ଦ୍ରରେ ପୁଣି ଦିନ ହେଲେ ଏମାନେ ସୂର୍ଯ୍ୟଙ୍କଠାରୁ ଶକ୍ତି ଆହରଣ କରି ପୁଣି ସକ୍ରିୟ ହେବେ ବୋଲି ଆଶା କରାଯାଉଛି । ଯଦି କୌଣସି କାରଣରୁ ଏହା ସମ୍ଭବ ନ ହୁଏ, ତେବେ ବିକ୍ରମ ଓ ପ୍ରଜ୍ଞାନ ସବୁଦିନ ପାଇଁ ଚନ୍ଦ୍ରପୃଷ୍ଠରେ ଭାରତର ‘ମହାକାଶ ଦୂତ’ଭାବେ ପଡିରହିବେ ବୋଲି ଇସ୍ରୋ ପକ୍ଷରୁ କୁହାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking