ଭୁବନେଶ୍ୱର : ବଙ୍ଗୋପସଗାରରେ ସୁଦୃଶ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଘନୀଭୂତ ହୋଇ ସୁଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହେଲା ଲଘୁଚାପ । ଯାହା ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି । ଏହା ଉତ୍ତର-ପଶ୍ଚିମକୁ ଗତି କରି ଉତ୍ତର ଓଡିଶା ମୁହାଁ ହେବ । ଏହାର ପ୍ରଭାବରେ ୪ ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୫ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଏସବୁ ଜିଲ୍ଲା ଗୁଡିକ ହେଉଛି କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ ଏବଂ ବାଲେଶ୍ବର ଜିଲ୍ଲା ।