ବଙ୍ଗୋପସାଗର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ସୁଦୃଶ୍ୟ ଲଘୁଚାପର ରୂପ ନେଇଛି। ଏହାର ପ୍ରଭାବରେ ରାଜ୍ୟର କିଛି ଜିଲ୍ଲାରେ ଆସନ୍ତା ୩ ତାରିଖ ଯାଏ ବର୍ଷା ଲାଗି ରହିବ।ଆଗାମୀ ୩ ଘଣ୍ଟା ପାଇଁ ଆଜି ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଏହିସବୁ ଜିଲ୍ଲା ଗୁଡ଼ିକ ହେଲା- ସମ୍ବଲପୁର, ଅନୁଗୁଳ, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, କଟକ, ଖୋର୍ଦ୍ଧା, ନୟାଗଡ଼, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଗଜପତି ଓ ଗଞ୍ଜାମ। ଏସବୁ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଏନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।