ନବରଙ୍ଗପୁର : ପୁଣି ଓଡିଶା ମୁହାଁ ହୋଇଛନ୍ତି ଛତିଶଗଡ଼ ହାତୀପଲ । ନବରଙ୍ଗପୁର ଜିଲ୍ଲା ରାଇଘର ସୀମାନ୍ତ ରେ ଛତିଶଗଡ଼ ଉଦନ୍ତୀ ସୀତା ଅଭାୟରଣ୍ୟ ହାତୀପଲ ଓଡ଼ିଶା ଜଙ୍ଗଲ ମଧ୍ୟକୁ ଆସି ଉପଦ୍ରବ କରିଛନ୍ତି । ନବରଙ୍ଗପୁର ଓ ଛତିଶଗଡ ସୀମାନ୍ତ କୁନ୍ଦେଇ ଏବଂ ଖଲାରୀ (ଛତିଶଗଡ) ମଝିରେ ଥିବା ଜଙ୍ଗଲରେ ଛତିଶଗଡ଼ ରୁ ୩୦ ରୁ ୪୦ ହାତୀପଲ ପସିଆସିଥିବା ସୂଚନା ମିଳିଛି ।
ହାତୀ ପଲ ପଶି ଆସିଥିବାରୁ ସ୍ଥାନୀୟ ଅଞ୍ଚଳର ମକା ଚାଷୀ ଏବଂ ଗ୍ରାମବାସୀ ଭୟଭୀତ ହୋଇ ରହିଛନ୍ତି । ହାତୀପଲ ଦିନରେ ଜଙ୍ଗଲ ମଧ୍ୟରେ ରହୁଛନ୍ତି ରାତି ହେଲେ ମକା କ୍ଷେତ ମଧ୍ୟକୁ ଆସୁଛନ୍ତି ଏବଂ ବ୍ୟାପକ ଫସଲ ନଷ୍ଟ କରୁଛନ୍ତି । ବେଳେ କୁନ୍ଦେଇ ବନ ବିଭାଗ ହାତୀପଲ ଉପରେ ନଜର ରଖିବା ସହ ଗ୍ରାମବାସୀ ଙ୍କୁ ହାତୀପଲ ର ଅତି ନିକଟତର ନ ହେବାକୁ ସଚେତନ କରୁଛନ୍ତି ।